Posted inଜାତୀୟ

ସରକାର କିଣାବିକା ହେଉଛି: କେଜ୍‌ରିଓ୍ବାଲ

ଭୋପାଳ, ୧୫ା୩: ଚଳିତ ବର୍ଷ ଶେଷ ଭାଗରେ ରାଜସ୍ଥାନ ଓ ମଧ୍ୟପ୍ରଦେଶ ନିର୍ବାଚନ ହେବାକୁ ଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ତାଙ୍କ ପଞ୍ଜାବ ପ୍ରତିପକ୍ଷ ଭଗଓ୍ବନ୍ତ ମାନ୍‌ ଦୁଇଦିନ ହେଲା ଉକ୍ତ ରାଜ୍ୟରେ ପ୍ରଚାର ଚଳାଇଛନ୍ତି। ସୋମବାର ସେମାନେ ରାଜସ୍ଥାନରେ ଏକ ରାଲିରେ ଯୋଗଦେଇଥିବାବେଳେ ମଙ୍ଗଳବାର ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ସଭା କରିଛନ୍ତି। ଏଏପି ରାଜସ୍ଥାନର ସମସ୍ତ ୨୦୦ ଆସନ ଏବଂ ମଧ୍ୟପ୍ରଦେଶର ୨୩୦ ଆସନରେ ପ୍ରାର୍ଥୀ ଦେବ ବୋଲି କେଜ୍‌ରିଓ୍ବାଲ ଘୋଷଣା କରିଛନ୍ତି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଦଳବଦଳ ଯୋଗୁ ମଧ୍ୟପ୍ରଦେଶର କମଳନାଥ ସରକାର ଭାଙ୍ଗିଥିଲା। ଏଥିପାଇଁ କେଜ୍‌ରିଓ୍ବାଲ ଶାସକ ଭାଜପା ଏବଂ କଂଗ୍ରେସକୁ ଦାୟୀ କରିଛନ୍ତି। ଏଠାରେ ସରକାର କିଣାବିକା ହେଉଛନ୍ତି। ପ୍ରତି ନିର୍ବାଚନ ପରେ ଗୋଟିଏ ଦଳ ବିଧାୟକମାନଙ୍କୁ ବିକିବା ପାଇଁ ଆହ୍ବାନ ଦେଉଥିବାବେଳ ଅନ୍ୟ ଏକ ଦଳ ସେମାନଙ୍କୁ କିଣିବା ପାଇଁ ପ୍ରସ୍ତୁତ ହୋଇ ରହିଛି। ସେମାନେ ସମ୍ପୂର୍ଣ୍ଣ ବ୍ୟବସ୍ଥା ଏବଂ ଗଣତନ୍ତ୍ରକୁ ଏକ ବଜାରରେ ପରିଣତ କରିଦେଲେଣି ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କୌଣସି ଦଳର ନାଁ ନ ନେଇ କହିଥିଲେ। ମଧ୍ୟପ୍ରଦେଶର ଜନସାଧାରଣ ନିରାଶ ହୋଇପଡ଼ିଲେଣି। ସେମାନେ ଯାହାକୁ ଭୋଟ ଦିଅନ୍ତୁ ନା କାହିଁକି ମାମା ସରକାର ଆସିବ ବୋଲି ସେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଲକ୍ଷ୍ୟକରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri