Posted inଜାତୀୟ

ସରକାର ଗଠନ ଦାବି ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬ା୫(ପି.ଟି.): କେନ୍ଦ୍ର କ୍ୟାବିନେଟର ସୁପାରିସ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଷୋଡ଼ଶ ଲୋକ ସଭାକୁ ଭଙ୍ଗ କରିଛନ୍ତି। ଏଥିସହିତ ସପ୍ତଦଶ ଲୋକ ସଭା ଗଠନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ କମିଶନ ଶନିବାର ରାଷ୍ଟ୍ରପତିଙ୍କୁ ଭେଟି ନବନିର୍ବାଚିତ ଏମ୍‌ପିମାନଙ୍କ ତାଲିକା ପ୍ରଦାନ କରିଛନ୍ତି। ନରେନ୍ଦ୍ର ମୋଦି ଏନ୍‌ଡିଏ ସଂସଦୀୟ ଦଳ ନେତା ନିର୍ବାଚିତ ହେବା ପରେ ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ନେଇ ଦାବି ଜଣାଇଛନ୍ତି। ମୋଦି ୩୫୩ ସଦସ୍ୟଙ୍କ ସମର୍ଥନ ଥିବା ଦାବିପତ୍ର ପ୍ରଦାନ କରିବା ପରେ ରାଷ୍ଟ୍ରପତି ତାଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।
ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସି ଷୋଡ଼ଶ ଲୋକ ସଭା ଭଙ୍ଗ ଲାଗି ସୁପାରିସ କରାଯାଇଥିଲା। ରାଷ୍ଟ୍ରପତି ଏହାକୁ ଗ୍ରହଣ କରିବା ସହ ଲୋକ ସଭା ଭଙ୍ଗ ନିର୍ଦ୍ଦେଶନାମାରେ ସ୍ବାକ୍ଷର କରିଥିବା ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ମନ୍ତ୍ରୀ ପରିଷଦ ରାଷ୍ଟ୍ରପତିଙ୍କୁ ସମୂହ ଇସ୍ତଫା ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଉକ୍ତ ଇସ୍ତଫାପତ୍ରକୁ ଗ୍ରହଣ କରିବା ସହ ନୂଆ ସରକାର ଗଠନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ତୁଲାଇବାକୁ ସେମାନଙ୍କୁ ଅନୁରୋଧ କରିଥିଲେ।
୨୩ ତାରିଖ ଭୋଟଗଣତି ପରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରାଙ୍କ ସହ ଦୁଇ ନିର୍ବାଚନ କମିଶନର ଅଶୋକ ଲାଭାସା ଏବଂ ସୁଶୀଲ ଚନ୍ଦ୍ରା ରାଷ୍ଟ୍ରପତିଙ୍କୁ ଭେଟି ନୂଆ ଲୋକ ସଭା ସଦସ୍ୟମାନଙ୍କ ତାଲିକା ଥିବା ଇସିଙ୍କ ବିଜ୍ଞପ୍ତିର ଏକ ନକଲ ପ୍ରଦାନ କରିଥିଲେ। ୫୪୩ ଆସନ ବିଶିଷ୍ଟ ଲୋକ ସଭାରେ ୫୪୨ ଆସନ ଲାଗି ଭୋଟଗ୍ରହଣ ହୋଇଥିଲା। ଭାଜପା ୩୦୩ ଆସନରେ ବିଜୟୀ ହୋଇଥିବାବେଳେ ଏହାର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ମାତ୍ର ୫୨ ଆସନରେ ସୀମିତ ରହିଛି। ନିର୍ବାଚନର ସଫଳ ପରିଚାଳନା ଲାଗି ରାଷ୍ଟ୍ରପତି ତିନି ନିର୍ବାଚନ କମିଶନରଙ୍କୁ ଅଭିନନ୍ଦନ ଜଣାଇବା ସହ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହୋଇଥିବା ଭୋଟରମାନଙ୍କୁ ପ୍ରଶଂସା କରିଛନ୍ତି।
ଏନ୍‌ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଶନିବାର ରାତି ୮ଟାରେ ରାଷ୍ଟ୍ରପତିଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି। ଅପରାହ୍ନରେ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନଙ୍କ ବୈଠକ ବସି ମୋଦିଙ୍କୁ ସର୍ବସମ୍ମତ କ୍ରମେ ସଂସଦୀୟ ଦଳ ନେତା ନିର୍ବାଚନ କରାଯାଇଥିଲା। ଆସନ୍ତା ୩୦ ତାରିଖରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri