Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ସହ ଏକ ବୈଠକରେ ଆଲୋଚନା କରିବାକୁ ସମୟ ଦେଇଥିବା ଏନ୍‌ସିପି ନେତା ନଓ୍ବାବ ମଲିକ ସୂଚନା ଦେଇଛନ୍ତି। ଏଥର ୩ଟି ଯାକ ଦଳ ଏକାସଙ୍ଗେ ରାଜ୍ୟପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ କୃଷକଙ୍କ ସମସ୍ୟାକୁ ନେଇ ଆଲୋଚନା କରାଯିବ ବୋଲି ମଲିକ କହିଛନ୍ତି। ଅନ୍ୟପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘରେ ବସିଥିବା ବୈଠକ ଶେଷ ହୋଇଛି। ଆହୁରି ମଧ୍ୟ ସୂଚନା ମିଳିଛି କି ଆସନ୍ତା ୧୭ରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ସୋନିଆଙ୍କୁ ସାକ୍ଷାତ୍‌ କରିବେ। ଏହାକୁ ଦେଖି ଏବେ ଆଲୋଚନା ହେଉଛି କି ଶିବସେନାର ସ୍ବପ୍ନ ପୂରଣ ହୋଇପାରେ। ଯଦି ଏହା ହେଲା ଆଉ ମୁଖ୍ୟମନ୍ତ୍ରୀ ଆସନରେ ଶିବସେନା ବସିଲା ତେବେ ନଭେମ୍ବର ୧୭ରେ ହୁଏତ ସରକାର ଗଠନ ପାଇଁ ପ୍ରସ୍ତାବ ଦିଆଯାଇପାରେ। କାରଣ ନଭେମ୍ବର ୧୭ ହେଉଛି ବାଲ ଠାକରେଙ୍କ ପୂଣ୍ୟତିଥି। ଗୋଟିଏ ପଟେ ଶିବସେନା ମୁଖ୍ୟମନ୍ତ୍ରୀ ହେବ ବୋଲି ଏନ୍‌ସିପି ପରୋକ୍ଷରେ ସ୍ପଷ୍ଟ କରିଥିବା ବେଳେ ଅନ୍ୟପଟେ ଭାଜପା କହିଛି ଏହି ଖେଚୁଡି ସରକାର ୬ ମାସରୁ ଊର୍ଦ୍ଧ୍ୱ ସମୟ ତିଷ୍ଠି ପାରିବ ନାହିଁ। କିନ୍ତୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟ ସରକାର ୫ ବର୍ଷ ଶାସନ କରିବ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଏଥିରେ ଶିବସେନା ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସିବା ସହ ଏନ୍‌ସିପି ଓ କଂଗ୍ରେସର ୨ଉପ ମୁଖ୍ୟମନ୍ତ୍ରୀ ରହିବେ। ସେହିପରି ଶିବସେନା-ଏନ୍‌ସିପିର ୧୪-୧୪ମନ୍ତ୍ରୀ ଓ କଂଗ୍ରେସର ୧୨ ମନ୍ତ୍ରୀ ରହିବେ। ସୂଚନାଯୋଗ୍ୟ, ଏବେ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri