Posted inଜାତୀୟ

ସରକାର ଯିବାର କିଛି ଘଣ୍ଟା ପୂର୍ବରୁ ନିଜ ପ୍ରତିଶୃତି ପାଳନ କଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୨୫।୭: ଦୁଇ ସପ୍ତାହ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବାରେ କୁମାରସ୍ବାମୀ ସରକାରଙ୍କ ଯଦିଓ ପତନ ଘଟିଛି। କିନ୍ତୁ ସମସ୍ତଙ୍କ ହୃଦୟ ଜିତିଛନ୍ତି କୁମାରସ୍ବାମୀ। ସରକାରକୁ ଆସିବା ପୂର୍ବରୁ ଲୋକଙ୍କୁ ଯାହା ପ୍ରତିଶୃତି ଦେଇଥିଲେ ତାହା ପାଳନ କରିଛନ୍ତି। ରାଜ୍ୟରେ ଗତ ଦୁଇ ସପ୍ତାହ ଧରି ଚାଲିଥିବା ରାଜନୈତିକ ଡ୍ରାମା ଭିତରେ ସେ ଜାଣିଥିଲେ ଯେ, ତାଙ୍କ ସରକାରର ପତନ ହେବାକୁ ଯାଉଛି। ତାହା ପୂର୍ବରୁ ସେ ଭୂମିହୀନ ଶ୍ରମିକ ଋଣ ସମ୍ପୂର୍ଣ୍ଣ ଛାଡ କରିଦେଇଛନ୍ତି। ଯେଉଁମାନଙ୍କର ଦୁଇ ହେକ୍ଟରରୁ କମ୍‌ ଜମି ଏବଂ ବର୍ଷରେ  ଏକ ଲକ୍ଷରୁ କମ୍‌ ଆୟ ରହିଛି ସେମାନଙ୍କ ଋଣ ଛାଡ କରାଯାଇଛି। ସରକାର ଯିବାର କିଛି ଘଣ୍ଟା ପୂର୍ବରୁ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରରେ ଦସ୍ତଖତ କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର କର୍ନାଟକ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ଜେଡିଏସ-କଂଗ୍ରେସ ମେଣ୍ଟକୁ ୯୯ ଓ ବିଜେପିକୁ ୧୦୫ ଜଣ ବିଧାୟକ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଗାଁ: ଯେଉଁଠି ଲୋକଙ୍କ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ସହର ଏବଂ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri