ସରକାର, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା:କଅଁଳ ପିଠିରୁ କମୁନି ବସ୍ତାନି ବୋଝ

ଅନୁଗୋଳ ଅଫିସ, ୧୩।୮

ସରକାରଙ୍କ ସ୍ପଷ୍ଟ ଗାଇଡ୍‌ଲାଇନ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଅନୁଗୋଳ ଜିଲାର କେତେକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କ ପିଠିରୁ ବସ୍ତାନି ବୋଝ କମ୍‌ କରୁନାହାନ୍ତି। ଏହାର କୁପ୍ରଭାବ ଶିଶୁମାନଙ୍କ କୋମଳ ଶରୀର ଉପରେ ପଡ଼ୁଥିବାରୁ ଏହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସରକାର ଓ କୋର୍ଟଙ୍କ ନିର୍ଦ୍ଦେଶର ଅବମାନନା କରାଯାଉଥିଲେ ବି କାହିଁକି ଉକ୍ତ ଘରୋଇ ବିଦ୍ୟାଳୟଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ ସେ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଘରୋଇ ସ୍କୁଲ ବିଶେଷକରି ଆଇସିଏସ୍‌ଇ ଓ ସିବିଏସ୍‌ଇ ପାଠ୍ୟକ୍ରମରେ ପଢ଼ୁଥିବା ପିଲାଙ୍କ ବସ୍ତାନି ବୋଝ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ଜାରି କରିବା ସହ ଏହାକୁ ପ୍ରତ୍ୟେକ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଏହା କାର୍ଯ୍ୟକାରୀ କରିବା ଲାଗି ଏକ ଗାଇଡଲାଇନ୍‌ ପ୍ରସ୍ତୁତ କରି ପ୍ରତ୍ୟେକ ବିଦ୍ୟାଳୟ ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲେ। ଏପରି କି ପ୍ରତ୍ୟେକ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଏ ନେଇ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ ମାଧ୍ୟମରେ ଅବଗତ କରାଯାଇଥିଲା। କିନ୍ତୁ ଜିଲାର ବହୁ ଘରୋଇ ସ୍କୁଲରେ ଏଯାଏ ଛାତ୍ରୀଛାତ୍ରଙ୍କ ବସ୍ତାନି ବୋଝ ହାଲୁକା ହେଉ ନ ଥିବା ଅଭିଯୋଗ ହେଉଛି। ଏ ନେଇ ବୁଦ୍ଧିଜୀବୀମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଜିଲା ଶିକ୍ଷା ବିଭାଗ କେବଳ ଚିଠି ଦେଇ ଦେଇ କାର୍ଯ୍ୟସାରି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ସମସ୍ତ ସ୍କୁଲକୁ ଗାଇଡ୍‌ଲାଇନ ବିଷୟରେ ଅବଗତ କରାଯାଇଛି। ଖୁବ୍‌ଶୀଘ୍ର ସମସ୍ତ ଘରୋଇ ବିଦ୍ୟାଳୟ ମୁଖ୍ୟଙ୍କୁ ଡକାଯାଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କରାଯିବା ଯୋଜନା ଥିବା ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri