Posted inଅପରାଧ

ସରନଈ ଓଭରବ୍ରିଜ୍‌ ପାର୍ଶ୍ୱରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାଲୁଗାଁ,୧୬।୬(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ୧୬ନଂ ଜାତୀୟ ରାଜପଥର ବାଲୁଗାଁ ବାଇପାସ୍‌ ରାସ୍ତା ସରନଈ ଓଭରବ୍ରିଜ୍‌ ପାର୍ଶ୍ୱରୁ ଶନିବାର ସକାଳେ ଜଳୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ବାଲୁଗାଁ ପୋଲିସ ଉଦ୍ଧାର କରିଛି । ପାରିପାର୍ଶ୍ୱିକ ଅବସ୍ଥାରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ତଦନ୍ତରୁ ଜଣାଯାଇଛି। ଶୁକ୍ରବାର ରାତ୍ରରେ କୌଣସି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟା କରିବା ପରେ ମୃତଦେହ ଉପରେ ଟାୟାର ରଖି ପେଟ୍ରୋଲ୍‌ ଢାଳି ନିଁଆ ଲଗାଇ ଫେରାର ହୋଇଯାଇଛି । ମହିଳାଙ୍କ ଶରୀରର ପ୍ରାୟ ୮୦ପ୍ରତିଶତ ପୋଡ଼ି ଯାଇଥିବା ବେଳେ ଚିହ୍ନଟ କରିବା ସମ୍ଭବ ହୋଇପାରିନାହିଁ । ସେଠାରେ କିଛି ଚୁଡ଼ି ପଡ଼ିଥିବା ବେଳେ ତାହା ମହିଳାଙ୍କ ମୃତଦେହ ବୋଲି ପୋଲିସ ଜାଣିପାରିଛି । ମୃତା ମହିଳାଙ୍କ ବୟସ ଆନୁମାନିକ ୨୫ରୁ ୩୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଖବରନେବାରେ ଜଣାଯାଇଛି ଯେ, ବାଇପାସ୍‌ ରାସ୍ତା ନାଭାଲ ଛକର ଅନତି ଦୂର ସରନଈ ଓଭରବ୍ରିଜ୍‌ ପାର୍ଶ୍ୱ ଏକ ନିକାଞ୍ଚନ ସ୍ଥାନରେ ଶନିବାର ସକାଳେ ଏକ ମୃତଦେହ ଜଳୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଖବର ପାଇ ବାଲୁଗାଁ ଥାନା ଆଇଆଇସି ରମାକାନ୍ତ ମହାଲିକ୍‌ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ୍‌ ତଦନ୍ତ କରିଥିଲେ । ତଦନ୍ତରେ ମହିଳାଙ୍କୁ କେହି ହତ୍ୟା କରି ଏପରି କାଣ୍ଡ ଘଟାଇଥିବା ଜଣାପଡ଼ିଛି । ଏହି ଘଟଣା ପ୍ରଘଟ ହେବାରେ ଆଖପାଖ ଗ୍ରାମାଞ୍ଚଳରୁ ଶତାଧିକ ଲୋକ ରୁଣ୍ଡ ହୋଇଥିଲେ ା ମହିଳାଙ୍କ ମୁହଁ ବୀଭତ୍ସ ହୋଇଥିବାରୁ ଚିହ୍ନଟ କରିବା କଷ୍ଟକର ହୋଇଛି। ଅପରାହ୍ନରେ ୭ଜଣିଆ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରି ଫେରିଛନ୍ତି । ବାଲୁଗାଁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏନେଇ ନଂ ୬୧/୧୯ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ…

ଗାଧୋଇ ଯିବାବେଳେ ଯୁବକଙ୍କୁ ପକାଇଥିଲେ କଟୁରି ଚୋଟ, ଆଜି ଜେଲ୍‌ ଗଲେ

ଦିଗପହଣ୍ଡି,୨୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ବଡ଼ସାହିର ଦୀପକ ସେଠୀଙ୍କ କଟୁରି ଚୋଟରେ ପଡ଼ୋଶୀ ଡି.ବିଜୟ(୪୫) ମଙ୍ଗଳବାର ସକାଳେ ଗୁରୁତର ହୋଇଥିଲେ। ପୂର୍ବାହ୍ନ…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

୧୬ ଦିନର ଛାତିଥରା ଘଟଣା… ନାବାଳିକାଙ୍କୁ ଅପହଣ ପରେ ନିଶା ଇଞ୍ଜେକ୍ସନ ଦେଇ ଗଣବଳାତ୍କାର, ପ୍ରତିବାଦ କରିବାରୁ ସିଗାରେଟ ଚେଙ୍କ

ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri