ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ନାବାଳକ ପୁଅଙ୍କୁ ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଛି। ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବୁଧବାର ସରପଞ୍ଚ ପ୍ରତିନିଧି ଭଗବାନ ଅନ୍ୟ ସରକାରୀ ଅଧିକାରୀଙ୍କ ସହ ମିଶି ଗଁାରେ କରୋନା ସହାୟତା ଅର୍ଥ ବଣ୍ଟନ କରୁଥିବାବେଳେ ମୋର ରାଶନ କାର୍ଡ କାହିଁକି ହୋଇନାହିଁ ବୋଲି କହି ଶତ୍ରୁଘ୍ନ ଗାଳିଗୁଲଜ କରିଥିଲେ। ଭଗବାନ ପ୍ରତିବାଦ କରିବାରୁ ତାଙ୍କ ନାବାଳକ ପୁଅ ଏକ କାତି ଧରି ଆସି ତାଙ୍କୁ ଆକ୍ରମଣ କରିଥିଲେ।
ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର
Posted inଆମ ଜିଲା ଖବର, ଗଞ୍ଜାମ View All
ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ
ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...
ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା
ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…
ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...
Archives


