ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ନାବାଳକ ପୁଅଙ୍କୁ ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଛି। ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଏସ୍ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବୁଧବାର ସରପଞ୍ଚ ପ୍ରତିନିଧି ଭଗବାନ ଅନ୍ୟ ସରକାରୀ ଅଧିକାରୀଙ୍କ ସହ ମିଶି ଗଁାରେ କରୋନା ସହାୟତା ଅର୍ଥ ବଣ୍ଟନ କରୁଥିବାବେଳେ ମୋର ରାଶନ କାର୍ଡ କାହିଁକି ହୋଇନାହିଁ ବୋଲି କହି ଶତ୍ରୁଘ୍ନ ଗାଳିଗୁଲଜ କରିଥିଲେ। ଭଗବାନ ପ୍ରତିବାଦ କରିବାରୁ ତାଙ୍କ ନାବାଳକ ପୁଅ ଏକ କାତି ଧରି ଆସି ତାଙ୍କୁ ଆକ୍ରମଣ କରିଥିଲେ।
ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର
Posted inଆମ ଜିଲା ଖବର, ଗଞ୍ଜାମ View All
ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି
ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…
ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ
ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ
ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…
ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…
ଛାତ୍ରାବାସରେ ପଶିଲା ପାଣି
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…
ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ
ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…
ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ
ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…
ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍
ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

