ସରପାଳ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଛେଣ୍ଡିପଦା,୧୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସରପାଳ ଗ୍ରାମରେ ସୋମବାର ବିଳିମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମ ପ୍ରଦୀପ କୁମାର ସାହୁଙ୍କର ଦୁଇ ବଖରା ଚାଳଘର ସମ୍ପୂର୍ଣ୍ଣ ପୋଡିଯାଇଛି। ଏହା ସହ ଘରର ଆସବାବପତ୍ର ପୋଡି ୫୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ପ୍ରଦୀପଙ୍କ ପରିବାର ଲୋକ ରାତିରେ ଶୋଇଥିବା ବେଳେ ଆକସ୍ମିକ ଘରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଥିବା ଦେଖି ପଡ଼ୋଶୀ ପାଟିକରିବାରୁ ଘରଲୋକ ବାହାରକୁ ପଳାଇ ଯାଇଥିଲେ। ଏ ନେଇ ଗ୍ରାମବାସୀ ଛେଣ୍ଡିପଦା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଛେଣ୍ଡିପଦା ତହସିଲଦାର ଡାନିଏଲ୍‌ ଏକ୍କାଙ୍କ ନିର୍ଦ୍ଦେଶରେ ବାଗଡିଆ ରାଜସ୍ବ ନିରୀକ୍ଷକ ବାମଦେବ ସାହୁ ଘଟଣାସ୍ଥଳକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ସରକାରୀ ନିୟମାନୁଯାୟୀ ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଯୋଗାଇ ଦିଆଯିବ ବୋଲି ରାଜସ୍ବ ନିରୀକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri