Posted inଜାତୀୟ

ସରିଲା ଅଯୋଧ୍ୟା ବିଚାର

ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍‌ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ଉଭୟ ହିନ୍ଦୁ ଓ ମୁସ୍‌ଲିମ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି। ଜଷ୍ଟିସ୍‌ ଗୋଗୋଇ ନଭେମ୍ବର ୧୭ରେ ଅବସର ନେବାକୁ ଥିବାରୁ ଏହା ପୂର୍ବରୁ ଏହି ସମ୍ବେଦନଶୀଳ ମାମଲାର ରାୟ ପ୍ରକାଶ ପାଇବ ବୋଲି ଆଶା କରାଯାଉଛି।
୭୦ ବର୍ଷ ଧରି ରାଜନୈତିକ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଥିବା ଅଯୋଧ୍ୟା ଜମି ବିବାଦ ମାମଲା କୋର୍ଟରେ ଛନ୍ଦି ହୋଇ ରହିଥିଲା। ଆପୋସ ବୁଝାମଣା ଜରିଆରେ ସମାଧାନର ବାଟ ଫିଟାଇବା ପାଇଁ ସର୍ବୋଚ୍ଚ ଅଦାଲତ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଏଫ୍‌ଏମ୍‌ଆଇ କଲିଫୁଲ୍ଲାଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ମଧ୍ୟସ୍ଥ କମିଟି ଗଠନ କରିଥିଲେ। ଏଥିରେ ଆଧ୍ୟାମତ୍ିକ ଗୁରୁ ତଥା ଆର୍ଟ ଅଫ୍‌ ଲିଭିଙ୍ଗ୍‌ ପ୍ରତିଷ୍ଠାତା ଶ୍ରୀଶ୍ରୀ ରବିଶଙ୍କର ଓ ବରିଷ୍ଠ ଆଇନଜୀବୀ ତଥା ବିଶିଷ୍ଟ ମଧ୍ୟସ୍ଥ ଶ୍ରୀରାମ ପଞ୍ଚୁ ସଦସ୍ୟ ଥିଲେ। ମଧ୍ୟସ୍ଥ କମିଟି ପ୍ରାୟ ୪ ମାସ ଧରି ଚାଲିଥିବା ମଧ୍ୟସ୍ଥ ପ୍ରକ୍ରିୟା ନେଇ ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିଥିଲେ। ଚୂଡ଼ାନ୍ତ ବୁଝାମଣାରେ ଏହି କମିଟି ବିଫଳ ହେବା ପରେ ଅଗଷ୍ଟ ୬ରେ ମାମଲାର ଦୈନନ୍ଦିନ ଶୁଣାଣି ସର୍ବୋଚ୍ଚ ଅଦାଲତରେ ଆରମ୍ଭ ହୋଇଥିଲା। ସିଜେଆଇ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ୍‌.ଏ. ନାଜିର ମଧ୍ୟ ରହିଛନ୍ତି। ଏହି ପୀଠ ମାମଲାକୁ ଚୂଡ଼ାନ୍ତ ପର୍ଯ୍ୟାୟକୁ ନେବା ପାଇଁ ସମସ୍ତ ପକ୍ଷଙ୍କୁ ଲିଖିତ ଜବାବ ଦାଖଲ ପାଇଁ ୩ ଦିନ ସମୟ ଦେଇଥିଲେ। ଦଶହରା ଛୁଟି ପରେ ଚୂଡ଼ାନ୍ତ ଶୁଣାଣି ଅକ୍ଟୋବର ୧୪ରେ ପୁଣି ଆରମ୍ଭ ହୋଇଥିଲା। ବୁଧବାର ଶୁଣାଣିର ଶେଷ ଦିନ ଅପରାହ୍ନ ୪ଟାରେ ମୁସ୍‌ଲିମ ପକ୍ଷଙ୍କ ଓକିଲ ରାଜୀବ ଧଓ୍ବନ ଯୁକ୍ତି ବାଢ଼ୁଥିବାବେଳେ ସିଜେଆଇ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ବିଚାର ଶେଷ ହୋଇଛି ଏବଂ ରାୟ ସଂରକ୍ଷିତ ରହିଲା ବୋଲି ଜଷ୍ଟିସ୍‌ ଗୋଗୋଇ ଘୋଷଣା କରିଛନ୍ତି। ସିଜେଆଇ ଆସନ୍ତା ମାସ ୧୭ରେ ଅବସର ନେବେ। ତେଣୁ ତା’ ପୂର୍ବରୁ ସୁପ୍ରିମକୋର୍ଟରେ ବହୁପ୍ରତୀକ୍ଷିତ ଅଯୋଧ୍ୟା ମାମଲାର ରାୟ ଆସିପାରେ।
୨୦୧୦ରେ ଆଲ୍ଲାହାବାଦ ହାଇକୋର୍ଟ ୪ଟି ପିଟିଶନର ଶୁଣାଣି କରି ୨.୭୭ ଏକର ପରିମିତ ବିବାଦୀୟ ଭୂମିକୁ ୩ ପକ୍ଷ (ସୁନ୍ନି ଓ୍ବାକଫ୍‌ ବୋର୍ଡ, ନିର୍ମୋହୀ ଆଖଡ଼ା ଓ ରାମଲାଲା)ଙ୍କ ମଧ୍ୟରେ ସମାନ ୩ ଭାଗ କରି ଦେଇଥିଲେ। ଏହା ବିରୋଧରେ ସୁପ୍ରିମକୋର୍ଟରେ ୧୪ଟି ପିଟିଶନ ଦାଏର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri