ସରିଲା ମା’ ହିଙ୍ଗୁଳାଙ୍କ ଶୀତୁଳା ପୂଜା: ଅନ୍ତିମ ଦିନରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ତାଳଚେର,୨୭ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନ ବ୍ୟାପୀ ଚାଲିଥିବା ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା ଶୁକ୍ରବାର ଶେଷ ହୋଇଛି। ଅନ୍ତିମ ଦିବସରେ ମା’ଙ୍କ ଶୀତୁଳା ପୂଜା ସମ୍ପନ୍ନ ହୋଇଛି। ଅପରାହ୍ନରେ ହିଙ୍ଗୁଳାଙ୍କ ଚଳନ୍ତି ପ୍ରତିମା ଆଲମକୁ ଶୋଭାଯାତ୍ରାରେ ଦିଅଁଘରୁ ପୀଠକୁ ଅଣାଯାଇଥିଲା। ସେଠାରେ ଦେହୁରୀ ଷୋଡଶ ଉପଚାର ପୂଜା କରି ମା’ଙ୍କ ଆରଧନା କରିଥିଲେ। ଏହାପରେ ପୀଠରେ ଥିବା ପାଞ୍ଚ ପୀଢ ଯଥା ମା’ ହିଙ୍ଗୁଳା, ମା’ କରଡେଇ, କୁଟେଇଶୁଣୀ, ଖୁମ୍ବେଶ୍ୱରୀ ଓ କଳାପାଟଙ୍କୁ ପୂଜା କରାଯାଇଥିଲା। ସନ୍ଧ୍ୟାରେ ମା’ଙ୍କ ଆଲମକୁ ଶୋଭାଯାତ୍ରାରେ ଉଭାସ୍ଥଳୀକୁ ନିଆଯାଇଥିଲା ା ଚଳିତ ବର୍ଷ ମନ୍ଦିରର ପୂର୍ବ ଦିଗରେ ପ୍ରାୟ ୩ ଶହ ମିଟର ଦୂର ପଡିଆରେ ମା’ ହିଙ୍ଗୁଳା ଅଗ୍ନିରୂପରେ ଉଭା ହୋଇଥିଲେ। ସେଠାରେ ଦେହୁରୀ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପଞ୍ଚୋପଚାର ପୂଜା କରିବା ସହ ଉଭାସ୍ଥଳୀରେ ଗୁଡ, ଘିଅ, ମହୁ, ନୈବେଦ୍ୟ ଆଦି ଅର୍ପଣ କରି ଅଗ୍ନିରୂପୀ ହିଙ୍ଗୁଳାଙ୍କୁ ଶୀତଳ କରାଇଥିଲେ। ପୂଜାରେ ତାଳଚେରର ରାଜା ରାଜେନ୍ଦ୍ର ଚନ୍ଦ୍ର ଦେବ ସପରିବାର ଉପସ୍ଥିତ ରହି ମା’ଙ୍କ ପୂଜାର୍ଚ୍ଚନା କରି ପୂର୍ଣ୍ଣାହୁତି ପ୍ରଦାନ କରିଥିଲେ। ପରେ ଉଭାସ୍ଥଳୀରେ ଥିବା ଚାନ୍ଦୁଆ ଲାଗି ହୋଇଥିଲା। ଶେଷରେ ମନ୍ଦିରକୁ ମା’ ହିଙ୍ଗୁଳାଙ୍କ ଆଲାମକୁ ବିଜେ କରାଯାଇ ସେଠାରେ ଅଧରପଣା ନୀତି ସମ୍ପନ୍ନ ହୋଇଥିଲା। ପ୍ରବଳ ଖରା ଓ ଗରମ ସତ୍ତ୍ୱେ ଲକ୍ଷାଧିକ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିବାକୁ ଭିଡ଼ ଜମାଇଥିଲେ। ଶ୍ରଦ୍ଧାଳୁଙ୍କ ହରିବୋଲ, ହୁଳହୁଳି ଆଖପାଖ ଅଞ୍ଚଳ ପ୍ରକମ୍ପିତ ହୋଇଥିଲା। ଯାତ୍ରାସ୍ଥଳୀରେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ଭକ୍ତମାନଙ୍କୁ ମାଗଣାରେ ଦହି, ସରବତ, ଅନ୍ନଭୋଗ ବଣ୍ଟନ କରାଯାଇଥିଲା। ସେହିପରି ଆଉ କେତେକ ସଂସ୍ଥା ଯାତ୍ରାରେ ଥିବା ଭିନ୍ନକ୍ଷମମାନଙ୍କୁ ନିତ୍ୟ ବ୍ୟବହୃତ ଜିନିଷ ଦାନ କରୁଥିଲେ। ସନ୍ଧ୍ୟାରେ ୧୭ତମ ଲୋକ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri