ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୧।୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ ଉପଚାର ବିଧି ସମ୍ପର୍କରେ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ତଥା ଦଇତାପତି ସେବକ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ଶୁକ୍ରବାର ହେଉଛି ଅଣସରର ଚତୁର୍ଥ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ମୁହଁରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶୁକ୍ରବାର ଏହି ନୀତି ସମ୍ପନ୍ନ ହୋଇଛି। ମୁହଁରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି। ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ରାଜା ନଅରକୁ ବିଜେ ହୁଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ଶନିବାର ଅର୍ଥାତ୍‌ ପଞ୍ଚମ ଦିନରେ ଠାକୁର କିଭଳି ସୁସ୍ଥ ହେବେ ସେଥିପାଇଁ ଶ୍ରୀଅଙ୍ଗରେ ଲାଗି ହେବ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ଏହି ଫୁଲୁରୀ ତେଲ ବଡ଼ ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଓଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri