Posted inଖେଳ

ସର୍ବଭାରତୀୟ ଫିଡ଼େ ରେଟିଂ ଚେସ: ଧୀମନଙ୍କୁ ଟାଇଟଲ୍‌

କଟକ ଅଫିସ,୧୧ା୬- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟ୍ରିପଲ ସି ଚେସ୍‌ କ୍ଲବ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଫିଡ଼େ ରେଟିଂ (୧୬୦୦ରୁ କମ୍‌) ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି । ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ପଶ୍ଚିମବଙ୍ଗର ଧୀମନ ମିତ୍ର ୮ ପଏଣ୍ଟ ହାସଲ କରି ଚାମ୍ପିୟନ ଟାଇଟଲ ବିଜୟୀ ହୋଇଛନ୍ତି । ସମାନ ପଏଣ୍ଟ ପାଇ ସୁଦ୍ଧା ଆନ୍ଧ୍ରପ୍ରଦେଶର ବିଶ୍ୱନାଥ କନମ, ତାମିଲନାଡୁର ଜି.କାର୍ତ୍ତିକେୟନ ଓ ଆନ୍ଧ୍ରପ୍ରଦେଶର ରାମ କୁମାର ଯଥାକ୍ରମେ ୨ୟରୁ ୪ର୍ଥ ସ୍ଥାନରେ ରହିଛନ୍ତି । ପ୍ରାରମ୍ଭରୁ ଭଲ ଖେଳିଥିବା ଧୀମନ ଅନ୍ତିମ ଦୁଇ ରାଉଣ୍ଡ ମ୍ୟାଚ୍‌ରେ ଡ୍ର ପଏଣ୍ଟ ପାଇ ମଧ୍ୟ ଚାମ୍ପିୟନ ହୋଇଥିଲେ । ଓଡ଼ିଶାର ମିରାକିଲ ପଣ୍ଡା ଓ ପି ସାଇରୂପା ୭.୫ ପଏଣ୍ଟ ଲେଖାଏ ହାସଲ କରି ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ରହିଛନ୍ତି । ଟୁର୍ନାମେଣ୍ଟର ଟପ୍‌ସିଡ଼ ଖେଳାଳି ସଞ୍ଜୀବ ମାଲି ୨୧ତମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ । ସଞ୍ଜୀବ ୬.୫ ପଏଣ୍ଟ ପାଇଛନ୍ତି । ରେଭେନ୍ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଟ୍ରିପଲ ସି ଚେସ୍‌ କ୍ଲବ ସଭାପତି କମଳାକାନ୍ତ ବିଶୋୟୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଏସ୍‌ଆର୍‌ ଚେସ୍‌ ସେଣ୍ଟର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଖୋର୍ଦ୍ଧା ଜିଲା ଚେସ୍‌ ଆସୋସିଏଶନ ସମ୍ପାଦକ ଶୁଭାଶିଷ ପଟ୍ଟନାୟକ, ଅଲ ଓଡ଼ିଶା ଚେସ୍‌ ଆସୋସିଏଶନ ସମ୍ପାଦକ ଦେବବ୍ରତ ଭଟ୍ଟ, ଉପସଭାପତି ରଞ୍ଜନ ମହାନ୍ତି ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ । କ୍ଲବ ଉପସଭାପତି ବିଶ୍ୱଜିତ ରାୟ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri