ସର୍ବଶ୍ରେଷ୍ଠ ସିଇଓ ତାଲିକାରେ ମିତ୍ତଲ,ମୁକେଶ

ନୂଆଦିଲ୍ଲୀ,୩୦-୭: ବିଶ୍ୱର ସର୍ବଶ୍ରେଷ୍ଠ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ତାଲିକାରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୁଖ୍ୟ ମୁକେଶ ଅମ୍ବାନୀ, ଇଣ୍ଡିଆନ ଅଏଲ କର୍ପୋରେଶନର ଚେୟାରମ୍ୟାନ୍‌ ସଞ୍ଜୀବ ସିଂ ଓ ଓଏନ୍‌ଜିସି ପ୍ରମୁଖ ଶଶି ଶଙ୍କର ସାମିଲ ହୋଇଛନ୍ତି। ସିଇଓ ଓ୍ବାଲର୍‌ଡ ମାଗାଜିନ୍‌ ପକ୍ଷରୁ ଚଳିତ ବର୍ଷ ଲାଗି ବିଶ୍ୱର ସର୍ବାଧିକ ପ୍ରଭାବଶାଳୀ ସିଇଓଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ୧୦ ଭାରତୀୟ ସିଇଓ ସ୍ଥାନ ପାଇଛନ୍ତି। ଆର୍ସେଲର ମିତ୍ତଲ ଚେୟାରମ୍ୟାନ ତଥା ସିଇଓ ଲକ୍ଷ୍ମୀ ନିବାସ ମିତ୍ତଲ ତୃତୀୟ ସ୍ଥାନ ସହ ଭାରତୀୟଙ୍କ ମଧ୍ୟରେ ସବା ଉପରେ ରହିଛନ୍ତି। ତେବେ ତାଙ୍କ କମ୍ପାନୀକୁ ଲକ୍ଜମବର୍ଗର କମ୍ପାନୀ ଭାବେ ଦର୍ଶାଯାଇଛି। ୧୨୧ ଜଣ ସିଇଓଙ୍କ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ସିଏମ୍‌ଡି ମୁକେଶ ଅମ୍ବାନୀ ୪୯ତମ, ଆଇଓସି ମୁଖ୍ୟ ସିଂ ୬୯ତମ ଓ ଓଏନ୍‌ଜିସି ସିଏମ୍‌ଡି ଶଶି ଶଙ୍କର ୭୭ତମ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ ସ୍ଥାନ ପାଇଥିବା ଅନ୍ୟ ଭାରତୀୟ ସିଇଓମାନେ ହେଲେ ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର(୮୩ତମ), ଟାଟା ମୋଟର୍ସ ସିଇଓ ଗୁଏଣ୍ଟର ବଟଶେକ୍‌(୮୯ତମ), ବିପିସିଏଲ୍‌ ସିଏମ୍‌ଡି ଡି.ରାଜକୁମାର(୯୪ତମ), ରାଜେଶ ଏକ୍ସପୋଟର୍‌ସ କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ ରାଜେଶ ମେହଟ୍ଟା(୯୯ତମ) ରହିଛନ୍ତି। ସେହିପରି ଟିସିଏସ୍‌ ସିଇଓ ରାଜେଶ ଗୋପୀନାଥନ ଓ ଓ୍ବିପ୍ରୋ ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ଜେଡ୍‌ ନିମଚଓ୍ବାଲା ଯୁଗ୍ମ ଭାବେ ୧୧୮ତମ ସ୍ଥାନରେ ରହିଛନ୍ତି। ମାଗାଜିନ୍‌ ପକ୍ଷରୁ କୁହାଯାଇଛି ଯେ, ଓ୍ବାଲମାର୍ଟ ସିଇଓ ଡଗଲସ୍‌ ମ୍ୟାକମିଲନ ତାଲିକାରେ ପ୍ରଥମ ସ୍ଥାନରେ ରହିଛନ୍ତି। ତାଙ୍କ ପଛକୁ ରୟାଲ ଡଚ୍‌ ସେଲ୍‌ର ବିଶ୍ୱ ମୁଖ୍ୟ କାର୍ଯ୍ୟନିର୍ବାହୀ ବେନ୍‌ ଭନ୍‌ ବୁଏଣ୍ଡର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri