ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ନିର୍ଦ୍ଦେଶ ଦେଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ସମସ୍ତ ରାଜ୍ୟକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଶନିବାର ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠି ପଠାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ ତମ୍ବାଖୁ, ପାନ ଓ ସୁପାରୀ ଖାଇବା ଦ୍ୱାରା ଶରୀରରେ ଲାଳ ଅଧିକ ସୃଷ୍ଟି ହୋଇଥାଏ। ଫଳରେ ଲୋକମାନଙ୍କୁ ବାରମ୍ବାର ଛେପ ପକାଇବାକୁ ଇଛା ହୋଇଥାଏ। ତେବେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କରୋନା ତୀବ୍ର ଗତିରେ ବ୍ୟାପିବାର ଆଶଙ୍କା ରହିଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କରୋନା ଭାଇରସ୍‌ର ଭୟାବହତାକୁ ଦେଖି ପୂର୍ବରୁ ଆଇସିଏମ୍‌ଆର ତମାଖୁ ଦ୍ରବ୍ୟର ବ୍ୟବହାର ଓ ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବାକୁ ଜନତାଙ୍କୁ ନିବେଦନ କରିଥିଲା। ସୂଚନା ମୁତାବକ କରୋନା ମହାମାରୀ ଆରମ୍ଭ ହେବା ସମୟରୁ ହିଁ ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ ବିହାର ଝାଡଖଣ୍ଡ, ତେଲେଙ୍ଗାନା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମହାରାଷ୍ଟ୍ର, ହରିୟାଣା, ନାଗାଲାଣ୍ଡ ଓ ଆସାମ ଭଳି କେତେକ ରାଜ୍ୟ କଟକଣା ଜାରି କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri