Posted inଖେଳ

ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ୍‌ ଚେସ୍‌: ଏସ୍‌ଆର୍‌ଏମ୍‌ ଚାମ୍ପିୟନ

ଭୁବନେଶ୍ୱର,୨୨।୧(ସ୍ପୋର୍ଟ୍ସ ବ୍ୟୁରୋ)- ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ଚେସ୍‌ ହଲ୍‌ରେ ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ୍‌ ଚେସ୍‌ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏହି ଟୁର୍ନାମେଣ୍ଟରେ ନର୍ଥ, ସାଉଥ୍‌, ଇଷ୍ଟ ଓ ଓ୍ବେଷ୍ଟ ଜୋନ୍‌ରୁ ୪ଟି ଲେଖାଏ ଏପରି ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ଚେନ୍ନାଇର ବିଶ୍ୱବିଦ୍ୟାଳୟ ଗୁଡିକ ଏଥିରେ ବାଜି ମାରିଛନ୍ତି। ଚେନ୍ନାଇର ଦଳଗୁଡିକ ପ୍ରଥମ, ଦ୍ୱିତୀୟ ଓ ଦୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏସ୍‌ଆରଏମ୍‌ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରି ଚାମ୍ପିୟନ ହୋଇଥିବା ବେଳେ ଚେନ୍ନାଇର ଅନ୍ୟତମ ବିଶ୍ୱବିଦ୍ୟାଳୟ ୟୁନିଭର୍ସିଟି ଅଫ୍‌ ମାଡ୍ରାସ୍‌ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଚେନ୍ନାଇର ଆନ୍ନା ବିଶ୍ୱବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛି। ତେବେ ପୁଣେର ସାବିତ୍ରୀ ଫୁଲେ ବିଶ୍ୱବିଦ୍ୟାଳୟ ଚତୁର୍ଥ ସ୍ଥାନରେ ରହିଛି। ପ୍ରଫେସର ଅଚ୍ୟୁତ ସାମନ୍ତ ବିଜେତା ଦଳଗୁଡିକୁ ଅଭିନନ୍ଦନ ଜଣାଇବା ସହ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦ୍‌ଯାପନୀ ଉତ୍ସବରେ ସାଇର ବରିଷ୍ଠ ନିର୍ଦ୍ଦେଶକ ପି. ବୀରେନ୍ଦ୍ର ଭଣ୍ଡାରକର, ଭୁବନେଶ୍ୱର ସ୍ଥିତ କଲେଜ ଅଫ୍‌ ଫିଜିକାଲ ଏଡୁକେଶନ ପ୍ରିନ୍ସିପାଲ ମନମୋହନ ରାଉତ ଓ କିଟ୍‌ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri