ସଲମାନଙ୍କ ପିତାଙ୍କୁ ହୃଦୟ ଦେଇବସିଥିଲେ ଏହି ଆଇଟମ୍‌ ଗର୍ଲ

ବଲିଉଡର ସବୁଠାରୁ ଚର୍ଚ୍ଚିତ ଡ୍ୟାନ୍ସର ଥିଲେ ହେଲେନ। ୨୧ ନଭେମ୍ବର ୧୯୩୮ରେ ମିଆଁମାରରେ ଜନ୍ମିତ ଏହି ଆଙ୍ଗ୍ଲୋ ଇଣ୍ଡିଆନ ଅଭିନେତ୍ରୀ ଆଜି ୮୧ ବର୍ଷରେ ପଦାର୍ପଣ କରିଛନ୍ତି। ବଲିଉଡରେ ସେ ଆଇଟମ ଗର୍ଲ ଭାବେ ପରିଚିତ ଥିଲେ। ରିଲରେ ନିଜ ଡ୍ୟାନ୍ସ ଜରିଆରେ ଦର୍ଶକ ହୃଦୟ ଜିତିଥିବା ହେଲେନଙ୍କ ରିୟଲ କାହାଣୀ କୌଣସି ସିନେମାଠୁ କମ ନୁହେଁ। ପିତାଙ୍କ ମୃତ୍ୟୁ ପରେ ସେ ନିଜ ପରିବାର ସହ ଭାରତ ପଳାଇଆସିଥିଲେ। ଏଠାରେ ପରିବାର ଚଳିବା ପାଇଁ ତାଙ୍କ ମା’ଙ୍କୁ ବହୁ କଷ୍ଟ କରିବାକୁ ପଡିଥିଲା। ତାଙ୍କୁ ସାହାଯ୍ୟ କରିବାକୁ ହେଲେ ଆଗେଇ ଆସିଥିଲେ। ବହୁ ସଂଘର୍ଷ ପରେ ସେ ବଲିଉଡ୍‌ରେ ପ୍ରବେଶ କରିଥିଲେ। ପ୍ରଥମେ ସେ ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଭାବେ ଅଭିନୟ କରୁଥିଲେ। ପରେ ଆଇଟମ ଗାର୍ଲ ଭାବେ କ୍ୟାରିଅର ଆରମ୍ଭ କରିଥିଲେ। ୧୯୬୨ରେ ସିନେମା ‘କାବିଲ ଖାନ’ ସମୟରେ ସଲମାନଙ୍କ ବାପା ସଲିମ ଖାନଙ୍କ ସହ ହେଲେନଙ୍କ ଦେଖାହୋଇଥିଲା। ଆଉ ପ୍ରଥମ ଦେଖାରେ ହିଁ ହେଲେନଙ୍କୁ ହୃଦୟ ଦେଇ ବସିଲେ ସଲିମ। ପ୍ରଥମେ ଉଭୟଙ୍କ ସମ୍ପର୍କକୁ ଗ୍ରହଣ କରି ନ ଥିଲେ ସଲିମଙ୍କ ପ୍ରଥମ ପତ୍ନୀ ସଲମା। ବାରଣ ସତ୍ତ୍ୱେ ହେଲେନଙ୍କୁ ବିବାହ କରିଥିଲେ ସଲିମ। ପରେ କିନ୍ତୁ ସବୁ କିଛି ଠିକ ହୋଇଯାଇଥିଲା। ସେ ହିଁ ରାସ୍ତା କଡରୁ ଅର୍ପିତାଙ୍କୁ ଆଣି ପାଳିଥିଲେ। ସିନେମାରେ ତାଙ୍କ ଯୋଗଦାନ ପାଇଁ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ସମ୍ମାନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri