‘ସହଯୋଗ ଦିଅ, ନିଜେ ନିଜକୁ ଲକ୍‌ଡାଉନ କର’

ବାରିପଦା ଅଫିସ, ୨୪ା୩- କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ସମସ୍ତେ ଏଥିଲାଗି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ସ୍ବଚ୍ଛତା ରକ୍ଷା କରିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଏକ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା ଲାଗି ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ ସୋମବାର ଜିଲାବାସୀଙ୍କୁ ନିବେଦନ କରିଛନ୍ତି। ଏପରିକି ଲୋକେ ନିଜେ ନିଜକୁ ଲକ୍‌ଡାଉନ କରି ପ୍ରଶାସନକୁ ସହଯୋଗ କରିବା ଉଚିତ ବୋଲି ଏକ ଖବରଦାତା ସମ୍ମିଳନୀରେ ସେ କହିିଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାକୁ ବାହାର ଅଞ୍ଚଳରୁ ଆସିଥିବା ୪୫ରୁ ୫୦ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେଣୁ ଜିଲା ପ୍ରତି ସେଭଳି କିଛି ବିପଦ ନାହିଁ। କରୋନା ମୁକାବିଲା ଲାଗି ଗଠିତ ସ୍କ୍ବାଡ଼ କ୍ୱାରାଣ୍ଟାଇନରେ ରହିଥିବା ଲୋକଙ୍କ ସମ୍ପର୍କରେ ପ୍ରତି ଦିନ ଟିକିନିଖି ଖବର ରଖୁଛନ୍ତି। ଯାତାୟାତ ଓ ପରିବହନ ବ୍ୟବସ୍ଥା ଉପରେ କଟକଣା ଲାଗୁ ପରେ ରାଶନ ସାମଗ୍ରୀର ଅଭାବ ଯେଭଳି ପରିଲକ୍ଷିତ ନ ହେବ ସେଥିଲାଗି ଦୃଷ୍ଟି ରଖାଯାଇଛି। ବର୍ତ୍ତମାନ ଜିଲାରେ ଯଥେଷ୍ଟ ରାଶନ ସାମଗ୍ରୀ ମହଜୁଦ୍‌ ରହିଛି। କଳାବଜାର ରୋକିବା ସକାଶେ ସ୍କ୍ବାଡ ଗଠନ କରାଯାଇଛି। ଜିଲାବାସୀ ଏଥିଲାଗି ଭୟଭୀତ ନ ହେବାକୁ ଜିଲାପାଳ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଜରୁରିକାଳୀନ ଅଧିକାରୀ ସୁଜୟ କୁମାର ପତି, ଆଇଏଏସ୍‌ ପ୍ରୋବେଶନର ଭୁବନେଶ ଦେବୀଦାସ ପାଟିଲ ଓ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର କୁମାର ନାୟକ ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?