ସହରରେ ବୁଲୁଛନ୍ତି ବାହାର ଶ୍ରମିକ

କାମାକ୍ଷାନଗର, ୧୪।୫(ଡି.ଏନ.ଏ.) – ପୋଲିସ ପଇଁତରା ସତ୍ତ୍ୱେ ସହରକୁ ପଶୁଛନ୍ତି ବାହାର ଶ୍ରମିକ। ଏହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବୁଧବାର ସହରରେ ଇତସ୍ତତଃ ଭାବେ ବୁଲୁଥିବା ୧୮ଜଣ ଶ୍ରମିକଙ୍କୁ ସ୍ଥାନୀୟ ସ୍ବେଚ୍ଛାସେବୀ ଉଦ୍ଧାର କରି ପ୍ରଶାସନକୁ ହସ୍ତାନ୍ତର କରିଛନ୍ତି। ପୋଲିସର ଢିଲାପଣ କରୋନା ସଂକ୍ରମଣ ଆଶଙ୍କା ବଢ଼ାଉଥିବାବେଳେ ପାଟ୍ରୋଲିଂ କଡ଼ାକଡ଼ି କରିବାକୁ ଦାବି ହେଉଛି।
ଆନ୍ଧ୍ରପ୍ରଦେଶରେ କାମ କରୁଥିବା କଙ୍କଡ଼ାହାଡ଼ ଅଞ୍ଚଳର ୧୨ ଶ୍ରମିକ ବୁଧବାର କାମାକ୍ଷାନଗରରେ ବୁଲୁଥିବାବେଳେ ସ୍ବେଚ୍ଛାସେବୀଙ୍କ ନଜର ପଡ଼ିଥିଲା। ଶ୍ରମିକମାନେ ବିଜୟଓ୍ବାଡାଠାରୁ ୬୦ କିମି ଦୂର ଲସରପେଟା ଅଞ୍ଚଳରେ ମାର୍ବଲ କାମ କରୁଥିଲେ। ଲକ୍‌ଡାଉନ ପରେ କାମ ବନ୍ଦ ହୋଇଯିବାରୁ ପଇସା ସରିଯାଇଥିଲା। ଏହାପରେ ସେମାନେ ଘରକୁ ଫେରିବାକୁ ଚିନ୍ତା କରିଥିଲେ। ଏଥିଲାଗି ଜଣକା ୨ହଜାର ଟଙ୍କା ଖର୍ଚ୍ଚ କରି ଏକ ବସ୍‌ରେ ଓଡ଼ିଶା ସୀମାରେ ପହଞ୍ଚତ୍ଥିଲେ। ସେଠାରୁ ଚାଲି ଚାଲି ସୋମବାର ବ୍ରହ୍ମପୁର ଯାଏ ଆସିଥିଲେ। ଟ୍ରକ୍‌ରେ ଲିଫ୍ଟ ମାଗି ଏବଂ ଚାଲିଚାଲି ୩ଦିନରେ କାମାକ୍ଷାନଗରରେ ପହଞ୍ଚତ୍ଥିଲେ। ଉଦ୍ଧାର ଶ୍ରମିକଙ୍କୁ ଖାଇବା ପିଇବାକୁ ଦେବା ପରେ କଙ୍କଡ଼ାହାଡ଼ ବ୍ଲକ ପ୍ରଶାସନକୁ ହସ୍ତାନ୍ତର କରାଯାଇଥିଲା। ଏ ନେଇ ବିଡିଓ ଖଗେଶ୍ୱର ପାତ୍ର କୁହନ୍ତି, ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ଆବଶ୍ୟକ ପଡ଼ିଲେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସେହିପରି କଟକରୁ ଚାଲିଚାଲି ଝାଡ଼ଖଣ୍ଡ ଯାଉଥିବା ୬ଜଣ ଶ୍ରମିକଙ୍କୁ କେତେଜଣ ସାମାଜିକ କର୍ମୀ ଉଦ୍ଧାର କରି ଖାଇବା ପିଇବାକୁ ଦେଇଥିଲେ। ସେମାନଙ୍କୁ ମଧ୍ୟ ପ୍ରଶାସନକୁ ହସ୍ତାନ୍ତର କରାଯାଇଛି।
ବିଭିନ୍ନ ସ୍ଥାନରେ ଯାଞ୍ଚ କଡ଼ାକଡ଼ି କରାଯାଉଥିବାବେଳେ ଶ୍ରମିକମାନେ ସହରକୁ ପଶିବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏ ନେଇ ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ କୁହନ୍ତି, ଯେଉଁ ଶ୍ରମିକମାନେ ନଜରକୁ ଆସୁଛନ୍ତି ସେମାନଙ୍କୁ ଉଦ୍ଧାର କରି ରଖାଯାଉଛି। ହେଲେ କେତେକ ଶ୍ରମିକ ଗଳାବାଟ ଦେଇ ସହରକୁ ଆସୁଥିବା ନଜରକୁ ଆସିଛି। ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri