ବ୍ରହ୍ମପୁର ଅଫିସ,୩ା୭-ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ବ୍ରହ୍ମପୁର ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ଥାନାରେ ବରିଷ୍ଠ ନାଗରିକ ସେଲ ଗଠନ କରାଯାଇଛି। ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଉଛି। ପ୍ରତ୍ୟେକ ଥାନାରେ ଜଣେ ଲେଖାଏ ନୋଡାଲ ଅଫିସରଙ୍କୁ ଏହି ସେକ୍ଟର ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଅଧିକାରୀ ଜଣଙ୍କ ନିରନ୍ତର ବ୍ୟବଧାନରେ ବରିଷ୍ଠ ନାଗରିକଙ୍କ ଘରକୁ ଯାଇ ତାଙ୍କର ସୁବିଧା ଅସୁବିଧା କଥା ବୁଝିବାକୁ ନେଇ ନିର୍ଦ୍ଦେଶ ରହିଛି। କିନ୍ତୁ ଏହି ଯୋଜନା କେବଳ ସହରରେ ଆରମ୍ଭ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ତାହା ବନ୍ଦ ହୋଇଯାଇଛି। ଏବେ କୌଣସି ଥାନାର ନୋଡାଲ ଅଫିସର ସହରରେ ଥିବା କୌଣସି ବରିଷ୍ଠ ନାଗରିକଙ୍କ ଘରକୁ ଯାଇ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝୁନାହାନ୍ତି ବୋଲି ଅଭିଯୋଗ ହେଉଛି। ଅନ୍ୟପଟେ ଏବେ ସୁଦ୍ଧା ଗ୍ରାମାଞ୍ଚଳ ଥାନା ଇଲାକାରେ ଏହି ବରିଷ୍ଠ ନାଗରିକ ସୁରକ୍ଷା ସେଲ କାର୍ଯ୍ୟକ୍ଷମ ହୋଇନାହିଁ। ଏଣୁ ବ୍ରହ୍ମପୁର ପୋଲିସ ଜିଲାର ଗ୍ରାମାଞ୍ଚଳ ଇଲାକାରେ ଏକୁଟିଆ ରହୁଥିବା ବୃଦ୍ଧା ବୃଦ୍ଧଙ୍କୁ ଚିହ୍ନଟ କରିବା ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୦୧୬ ସେପ୍ଟେମ୍ବର ମାସରେ ବରିଷ୍ଠ ନାଗରିକ ସୁରକ୍ଷା ସେଲ୍ ଗଠନ କରାଯାଇଛି। ଏହି ସେଲ୍ ହେବା ପରେ ୩ଟି ପର୍ଯ୍ୟାୟରେ ୭୪୦ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଛି । ସେହିପରି ଯାନବାହନ ଚଳାଚଳ କରୁଥିବା ବରିଷ୍ଠ ନାଗରିକଙ୍କୁ ଏକ ସ୍ବତନ୍ତ୍ର ଷ୍ଟିକର ପ୍ରଦାନ କରାଯାଇଛି। ଯେଉଁ ଷ୍ଟିକରରେ ସମ୍ପୃକ୍ତ ବରିଷ୍ଠ ନାଗରିକଙ୍କ ଫଟୋ ରହିଥିବା ବେଳେ ତାହା ଗାଡ଼ିରେ ଲଗାଇବେ। ଫଳରେ ଟ୍ରାଫିକ ସମସ୍ୟା କିମ୍ବା ଯାଞ୍ଚ ସମୟରେ ବରିଷ୍ଠ ନାଗରିକଙ୍କୁ ଚିହ୍ନଟ କରାଯାଇପାରିବ। ପ୍ରଥମ ପର୍ଯ୍ୟାୟରେ ବୈଦ୍ୟନାଥପୁର ଥାନା, ଟାଉନ ଥାନା, ବଡ଼ବଜାର ଥାନା ଓ ଗୋଷାଣୀ ନୂଆଗଁା ଥାନା ଇଲାକାରେ ରହୁଥିବା ନାଗରିକଙ୍କୁ ଏଥିରେ ସାମିଲ କରାଯାଇଥିଲା। ବୈଦ୍ୟନାଥପୁର ଥାନା ଇଲାକାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୫୯ଜଣଙ୍କୁ ସାମିଲ କରାଯାଇଛି।
ସେହିପରି ଗୋଷାଣୀନୂଆଗଁା ଥାନା ଇଲାକାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ୧୧୨ଜଣଙ୍କୁ ସାମିଲ କରାଯାଇଛି । ଟାଉନ ଥାନା ଇଲାକାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ୧୪୮ ଜଣଙ୍କୁ ସାମିଲ କରାଯାଇଛି। ସେହିପରି ବଡ଼ବଜାର ଥାନା ଇଲାକାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ୧୨୧ ଜଣଙ୍କୁ ସାମିଲ କରାଯାଇଥିଲା।
ଅନ୍ୟପକ୍ଷରେ ସଦର ଥାନା ଇଲାକାରେ ରହୁଥିବା ବୃଦ୍ଧାବୃଦ୍ଧଙ୍କୁ ପ୍ରଥମ ୨ଟି ପର୍ଯ୍ୟାୟରେ ସାମିଲ ହେବାକୁ ଥିବା ବେଳେ ତୃତୀୟ ପର୍ଯ୍ୟାୟରେ ୧୦୦ ଜଣଙ୍କୁ ସାମିଲ କରାଯାଇଛି। ହେଲେ ସଦର ଥାନା ଇଲାକାରେ ଯାଉଥିବା ସହର ଓ ଅଞ୍ଚଳଗୁଡ଼ିକୁ ଏଥିରେ ସାମିଲ କରାଯାଇଥିବା ବେଳେ ଗ୍ରାମାଞ୍ଚଳ ଗୁଡ଼ିକରେ ଏକୁଟିଆ ରହୁଥିବା ବୃଦ୍ଧାବୃଦ୍ଧଙ୍କୁ ସାମିଲ କରାଯାଇପାରିବ ନାହିଁ। ଏବେ ବି ଅନେକ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ ଏକୁଟିଆ ରହୁଛନ୍ତି।
ଏନେଇ ଅତିରିକ୍ତ ଏସ୍ପି ପ୍ରଭାତ ରାଉତରାୟଙ୍କୁ ପଚାରିବାରୁ ଆଗାମୀ ଦିନରେ ଗ୍ରାମାଞ୍ଚଳର ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସେଲଗୁଡ଼ିକ କାର୍ଯ୍ୟକ୍ଷମ ହେବ।
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
Archives

