‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍‌ ମଡେଲ’

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି। ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗୀଦାରି ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା। ଲୋକଙ୍କ ସହଯୋଗରେ ସହରାଞ୍ଚଳରେ ଏହିଭଳି ଯୋଜନାବଦ୍ଧ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାକୁ ଦେଶର ରୋଲ୍‌ ମଡେଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଭୁବନେଶ୍ୱର କେବଳ ରାଜ୍ୟ ନୁହେଁ, ସାରା ଦେଶର ଏକ ଆକର୍ଷଣୀୟ ସହର। ଏହାର ଲୋକସଂଖ୍ୟା ଓ ପରିସୀମା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ଦୃଷ୍ଟିରୁ ଏହାର ସାମଗ୍ରିକ ବିକାଶ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସହର ଉପକଣ୍ଠରେ ଜନସାଧାରଣଙ୍କ ଭାଗୀଦାରିରେ ଟାଉନ ପ୍ଲାନିଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଗାଁର ଲୋକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। କ୍ରମବର୍ଦ୍ଧିଷ୍ଣୁ ସହରଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସମ୍ପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଟାଉନ ପ୍ଲାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଇଛି। ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମିମାଲିକମାନେ ଉପକୃତ ହୋଇପାରିବେ। ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ ଟାଉନ ପ୍ଲାନିଂ କରାଯାଇଛି। ପ୍ରାଥମିକ ଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି। ଏଥିରେ ସମୁଦାୟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି।
ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତ, ରାଜ୍ୟରେ ପ୍ରଥମ ଥର ବିଡିଏ ପକ୍ଷରୁ ଭୁବନେଶ୍ୱରରେ ଏଭଳି ଅଭିନବ ଯୋଜନା କାର୍ଯ୍ୟକାରୀ କରାଯାଇଛି। ସହର ଭିତ୍ତିଭୂମି ବିକାଶ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା କରିଛନ୍ତି। ଏହି ଅବସରରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର ଏବଂ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri