ସହର ପ୍ରଦୂଷଣ: କଠୋର ହେଲେ ଏନ୍‌ଜିଟି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଦେଶର ବଡ଼ ବଡ଼ ସହରରେ ମାତ୍ରାଧିକ ପ୍ରଦୂଷଣ ଚିନ୍ତା ବଢ଼ାଇଲାଣି। ବାୟୁ, ଜଳ, ମାଟି ଭୟଙ୍କର ଭାବେ ପ୍ରଦୂଷିତ ହେବାରେ ଲାଗିଛି। ଯାନବାହନ ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ଯୋଗୁ ପରିବେଶ ବିଗିଡିବାରେ ଲାଗିଛି। ନିକଟରେ ଦିଲ୍ଲୀରେ ହୋଇଥିବା ପ୍ରଦୂଷଣ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ନେବା ମଧ୍ୟ ମୁସ୍କିଲ ହୋଇପଡ଼ିଥିଲା। ପ୍ରଦୂଷଣ ଏତେ ଭୟଙ୍କର ଥିଲା ଯେ ପିଲାମାନଙ୍କ ସ୍କୁଲ ବନ୍ଦ କରିବାକୁ ପଡ଼ିଥିଲା। କେବଳ ଦିଲ୍ଲୀ ନୁହେଁ ଦେଶର ଅନେକ ସହର ଅବସ୍ଥା ଶୋଚନୀୟ ସ୍ତରକୁ ଗତି ଗଲାଣି। ଓଡ଼ିଶାର ଭୁବନେଶ୍ୱର ସମେତ ୭ଟି ସହର ଅତି ପ୍ରଦୂଷଣ ତାଲିକାରେ ଆସୁଛି। ସହରାଞ୍ଚଳ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କଠୋର ହୋଇଛନ୍ତି। ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବା ଲାଗି ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି। ଏ ନେଇ ତୁରନ୍ତ ଜବାବ ଦାଖଲ କରିବାକୁ ଏନ୍‌ଜିଟି ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ପ୍ରତ୍ୟେକ ସହର ପାଇଁ ବାୟୋ ଡାଇଭରସିଟି କମିଟି ଗଠନ କରିବାକୁ ମଧ୍ୟ ତାଗିଦ କରିଛନ୍ତି। ୨୦୨୦ ଜାନୁୟାରୀ ୩୧ ତାରିଖ ସୁଦ୍ଧା ଯଦି ଏହି କମିଟି ଗଠନ ନ ହେବ ତେବେ ପ୍ରତ୍ୟେକ ଦିନ ରାଜ୍ୟ ସରକାରଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଭାବେ ଏନଜିଟିରେ ଜମା କରିବାକୁ ପଡ଼ିବ। ଏପରି କି ରାଜ୍ୟ ମୁଖ୍ୟ ଶାସନ ସଚିବ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ଦେବାକୁ କୁହାଯାଇଛି। ଆସନ୍ତା ଜାନୁୟାରୀ ୧୭ ତାରିଖରେ ମୁଖ୍ୟ ଶାସନ ସଚିବ, ଗୃହ ନିର୍ମାଣ ବିଭାଗ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ ସଚିବ ଏନଜିଟିଙ୍କ ନିକଟରେ ହାଜର ହୋଇ ସହରାଞ୍ଚଳ ପରିବେଶ ପାଇଁ ସରକାର ନେଇଥିବା ପଦକ୍ଷେପ ବିଷୟରେ ସତ୍ୟପାଠ ଦାଖଲ କରିବେ।

ଏନ୍‌ଜିଟିର କଡ଼ା ତାଗିଦ ପରେ ସହରାଞ୍ଚଳ ପରିବେଶକୁ ସୁରକ୍ଷିତ ରଖିବାକୁ ରାଜ୍ୟ ସରକାର ସମସ୍ତ ୧୧୪ଟି ସହରାଞ୍ଚଳରେ ବାୟୋ ଡାଇଭରସିଟି କମିଟି ଗଠନ କରିଛନ୍ତି। ସହରାଞ୍ଚଳ ପରିବେଶକୁ କିପରି ସୁରକ୍ଷିତ କରାଯାଇ ପାରିବ ସେ ଦିଗରେ ବାୟୋଡାଇଭରସିଟି କମିଟି ପରାମର୍ଶ ଦେବ। ଏଥିରେ ନଗର ଉନ୍ନୟନ ବିଭାଗର ଜଣେ ଅଧିକାରୀ କନଭେନର ଭାବେ କାର୍ଯ୍ୟ କରିବେ। ଏହି କମିଟିରେ ପରିବେଶବିତ୍‌, ଉଦ୍ୟାନକୃଷିବିତ୍‌, ଔଷଧୀୟ ବୃକ୍ଷ ବିଶେଷଜ୍ଞ, ମତ୍ସ୍ୟଜୀବୀ ସମୁଦାୟ ଆଦି ବିଭିନ୍ନ ବିଷୟର ୭ ଜଣ ସଦସ୍ୟ ରହିବେ। ସେହି କମିଟି ସହରାଞ୍ଚଳ ପରିବେଶକୁ କିପରି ପ୍ରଦୂଷଣ ମୁକ୍ତ ରଖାଯାଇପାରିବ ସେ ନେଇ ପୌର ପ୍ରଶାସନକୁ ପରାମର୍ଶ ଦେବେ। ଏହି କମିଟିର ବିନାନୁମତିରେ ସହରାଞ୍ଚଳରୁ ବୃକ୍ଷ କଟାଯାଇ ପାରିବ ନାହିଁ। କେଉଁ ଅଞ୍ଚଳରେ କି ପ୍ରକାର ପ୍ରଦୂଷଣ ହେଉଛି ସେସବୁକୁ ଅନୁଧ୍ୟାନ କରି କମିଟି ରିପୋର୍ଟ ପ୍ରସ୍ତୁତ କରିବେ। ଏହି କମିଟିକୁ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ନିୟମିତ ମନିଟରିଂ କରିବ। କମିଟି ଠିକ ଢଙ୍ଗରେ କାର୍ଯ୍ୟ ନ କଲେ ସମ୍ପୃକ୍ତ ପୌର ସଂସ୍ଥା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏନ୍‌ଜିଟି ଚେତାବନୀ ଦେଇଛନ୍ତି। ସତ୍ୟପାଠ ଦାଖଲ କରିବାକୁ ଥିବାରୁ ରାଜ୍ୟ ସରକାର ତରବରିଆ ଭାବେ ଏହି କମିଟି ଗଠନ କରିଛନ୍ତି। ଏଥିସହିତ ସହରାଞ୍ଚଳରେ ଯାନବାହନଜନିତ ଧୂଆଁ, ପଲିଥିନ, ମେଡିକାଲ ବର୍ଜ୍ୟବସ୍ତୁ, ଜଳ ପ୍ରଦୂଷଣ, କଠିନ ବର୍ଜ୍ୟବସ୍ତୁ ପରିଚାଳନା ଆଦି କ୍ଷେତ୍ରରେ ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ମଧ୍ୟ ଏନ୍‌ଜିଟି ରିପୋର୍ଟ ତଲବ କରିଛନ୍ତି। ଘର ଘର ବୁଲି କଠିନ ବର୍ଜ୍ୟବସ୍ତୁ ସଂଗ୍ରହ କରିବା, ମାଇକ୍ରୋ କମ୍ପୋଷ୍ଟିଂ ବ୍ୟବସ୍ଥା, ମ୍ୟାଟେରିଆଲ ରିକଭରି ଫାସିଲିଟି(ଏମଆରଏଫ), ୨୪୩ଟି ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ତିଆରି, ୨୮,୬୦୬ ସଫେଇ କର୍ମଚାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ, ୨ହଜାର ସ୍ବଚ୍ଛସାଥୀ ଏବଂ ୫୧୫ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଥିବା ବେଳେ ବୃକ୍ଷରୋପଣ, ସହର ସୌନ୍ଦର୍ଯ୍ୟକରଣ ଆଦି କାର୍ଯ୍ୟ ହୋଇଛି । ସହରକୁ ପଲିଥିନମୁକ୍ତ ରଖିବାକୁ ଚଢ଼ାଉ ଜାରି ରହିଛି। ଏ ପର୍ଯ୍ୟନ୍ତ ୨୧୦୦ ମେଟ୍ରିକଟନ ପଲିଥିନ ଓ ପ୍ଲାଷ୍ଟିକ ଜବତ ହୋଇଛି। ୨୫ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି । ଏନଜିଟିଙ୍କ ନିକଟରେ ଏ ସବୁ ତଥ୍ୟ ପ୍ରଦାନ କରାଯିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।
ଏଠାରେ ସୂଚନାଯୋଗ୍ୟ ଯେ, ୨୦୧୮ରେ ତତ୍କାଳୀନ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଏନଜିଟିରେ ହାଜର ହୋଇ ସହରାଞ୍ଚଳ ପରିବେଶ ପ୍ରଦୂଷଣ ରୋକିବା ଦିଗରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କି ପଦକ୍ଷେପ ନିଆଯାଇଛି ସେ ନେଇ ସତ୍ୟପାଠ ଦାଖଲ କରିଥିଲେ। ମାତ୍ର ଏଥିରେ ଏନ୍‌ଜିଟି ସନ୍ତୁଷ୍ଟ ହୋଇ ନ ଥିଲେ। ବାୟୋଡାଇଭରସିଟି କମିଟି ଗଠନ କରିବା ସହ ପରିବେଶକୁ ସ୍ବଚ୍ଛ ରଖିବା ଦିଗରେ ଦୃଢ଼ ପଦକ୍ଷେପ ନେବାକୁ ପରାମର୍ଶ ଦେବା ସହ ପୁଣି ବ୍ୟକ୍ତିଗତ ଭାବେ ହାଜର ହୋଇ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri