Posted inଭଦ୍ରକ

ସହାୟତା ଅପେକ୍ଷାରେ ସଞ୍ଜୟ

ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ ତାଙ୍କର ସଂସାର। କେରଳରେ ଏକ ବେସରକାରୀ କମ୍ପାନୀରେ ଚାକିରି କରି ପରିବାର ଚଳାଉଥିଲେ। ହେଲେ ଭାଗ୍ୟର ବିଡ଼ମ୍ବନା ଘଟିଲା। ପ୍ରାୟ ବର୍ଷେ ହେବ ସେ ମଳଦ୍ୱାର କ୍ୟାନ୍‌ସରରେ ପୀଡ଼ିତ। କିନ୍ତୁ ଅର୍ଥାଭାବ ତାଙ୍କ ଚିକିତ୍ସାରେ ବାଧକ ସାଜିଛି। ପରିବାରର ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାବେଳେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ କୌଣସି ସହାୟତା ମିଳୁ ନାହିଁ ବୋଲି ସଞ୍ଜୟଙ୍କ ପରିବାର ଲୋକ ପ୍ରକାଶ କରିଛନ୍ତି।
ପରିବାର ଲୋକଙ୍କ କହିବା ଅନୁଯାୟୀ, ସଞ୍ଜୟ କେରଳରେ ଚାକିରି କରୁଥିବାବେଳେ ବାରମ୍ବାର ମଳଦ୍ୱାରରେ ଯନ୍ତ୍ରଣା ହେବାରୁ ଗତ ମାର୍ଚ୍ଚ ୧୯ରେ ସେ ଘରକୁ ଚାଲି ଆସିଥିଲେ। ପ୍ରଥମେ ଭଦ୍ରକ ଓ ପରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ଚିକିତ୍ସା କରାଇବା ପରେ ବି କିଛି ସୁଫଳ ମିଳିଲାନି। ଶେଷରେ କଟକର ଆଚାର୍ଯ୍ୟ ହରିହର ଚିକିତ୍ସାକେନ୍ଦ୍ରରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେଠାରେ ବିଭିନ୍ନ ପରୀକ୍ଷା ପରେ ତାଙ୍କ ମଳଦ୍ୱାରରେ କ୍ୟାନ୍‌ସର ହୋଇଥିବା ଜଣାପଡ଼ିଥିଲା। ଅପରେଶନ ପାଇଁ ଲକ୍ଷାଧିକ ଟଙ୍କାର ଆବଶ୍ୟକ ଥିବାରୁ ତାଙ୍କୁ ଘରକୁ ଫେରାଇ ଅଣାଯାଇଥିଲା। ଘରର ଜମିବାଡ଼ି ନ ଥିବାରୁ କୌଣସି ପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରିପାରୁ ନାହାନ୍ତି। ଏବେ କେବଳ ସରକାରୀ ସହାୟତାକୁ ଅପେକ୍ଷା। ଜିଲା ରେଡ୍‌କ୍ରସକୁ ଆର୍ଥିକ ସହାୟତା ନିମନ୍ତେ ୩ ମାସ ତଳେ ଆବେଦନ କରିଥିଲେ। ଦୁଇଦିନ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ମାତ୍ର ୧୦ ହଜାର ଟଙ୍କା ସହାୟତା ମିଳିଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ମାତ୍ର ଏହି ସହାୟତା ସମୁଦ୍ରକୁ ଶଙ୍ଖେ ସଦୃଶ ବୋଲି ସଞ୍ଜୟଙ୍କ ପରିବାର ଲୋକ କହିଛନ୍ତି। ଘରେ ସଞ୍ଜୟଙ୍କ ବୁଢ଼ାବାପା କେବଳ ଅସହାୟ ଅବସ୍ଥାରେ ପୁଅର ଔଷଧ କିଣିବା ପାଇଁ ଟଙ୍କା ଯୋଗାଡ଼ ଲାଗି ବାରଦୁଆର ବୁଲୁଛନ୍ତି। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ତାଙ୍କ ପରିବାରକୁ ରାଶନକାର୍ଡ ଖଣ୍ଡେ ବି ମିଳିନାହିଁ। ୬ ପ୍ରାଣୀଙ୍କ ବୋଝ ସାଙ୍ଗକୁ ବୃଦ୍ଧାବସ୍ଥାରେ ତାଙ୍କୁ ସାହାରା ହେବାକୁ ଥିବା ପୁଅର ଚିକିତ୍ସା ଲାଗି ଅର୍ଥ ଅଭାବ ଦୁଶ୍ଚିନ୍ତାରେ ଦିନ କାଟୁଛନ୍ତି ସଞ୍ଜୟଙ୍କ ବାପା ରତ୍ନାକର। ଦୁରାରୋଗ୍ୟ କ୍ୟାନ୍‌ସର ପୀଡ଼ିତ ସଞ୍ଜୟ ଔଷଧ ବିନା ପ୍ରତିଦିନ ଅସହ୍ୟ ଯନ୍ତ୍ରଣା ଭୋଗୁଛନ୍ତି। ସରକାରଙ୍କ ତରଫରୁ ତାଙ୍କ ପରିବାରକୁ ଅଧିକ ଆର୍ଥିକ ସହାୟତା ଯୋଗାଇ ଦିଆଗଲେ ସେ ପୁଅର ଚିକିତ୍ସା କରାଇପାରନ୍ତେ ବୋଲି ରତ୍ନାକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri