ସହାୟତା ମିଳିବ କହି ନେଇଗଲେ ୨ ହଜାର

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଶନିବାର ଜଣେ ଦଲାଲ ୨ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଅନୁଗୋଳ ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗ ମୁତାବକ, ପାଲଲହଡା ବନ୍ଧାଭୂଇଁ ପଞ୍ଚାୟତ ସିଆରିଆ ଗ୍ରାମର ସିଙ୍ଗା ମୁଣ୍ଡା(୩୦) ଅସୁସ୍ଥ ଥିବାରୁ ତାଙ୍କୁ ଧରି ସ୍ତ୍ରୀ ଗୁରୁବାରୀ ମୁଣ୍ଡା ଚିକିତ୍ସାଳୟକୁ ଆସିଥିଲେ। ସେଠାରେ ଡାକ୍ତର ତାଙ୍କୁ ମେଡିସିନ ଓ୍ବାର୍ଡରେ ଭର୍ତ୍ତି କରାଇଥିଲେ। ସେଠାରେ ଜଣେ ଦଲାଲ ପହଞ୍ଚି ଉଭୟଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରିଥିଲେ। ଚିକିତ୍ସା ବାବଦକୁ ସରକାରୀ ସହାୟତା ରାଶି ଭାବେ ତାଙ୍କୁ ୧୨ ହଜାର ଟଙ୍କା ମିଳିପାରିବ ବୋଲି ଦଲାଲ ଜଣକ କହିଥିଲେ। ଏଥିସହ ଗୁରୁବାରୀଙ୍କୁ ଧରି ଦଲାଲ ଜଣକ ମେଡିକାଲ ବାହାରକୁ ଯାଇଥିଲେ। କିଛି ବାଟ ଗଲାପରେ ଗୁରୁବାରୀଙ୍କୁ ଅଭିଯୁକ୍ତ ୫ ଶହ ଟଙ୍କା ମାଗିଥିଲେ। ଟଙ୍କା ଦେଲେ ହିଁ ସରକାରୀ ସହାୟତା ମିଳିବ ବୋଲି ସେ କହିଥିଲେ। ହେଲେ ପାଖରେ ଟଙ୍କା ନ ଥିବା ଗୁରୁବାରୀ କହିବା ପରେ ତାଙ୍କୁ ସେଠାରେ ଛାଡି ଦଲାଲ ଜଣକ ସିଙ୍ଗାଙ୍କ ନିକଟରୁ ୨ ହଜାର ଟଙ୍କା ଆଣି ଫେରାର ହୋଇଯାଇଥିଲେ। ସେଠାରେ କିଛି ସମୟ ଅପେକ୍ଷା କରି ଗୁରୁବାରୀ ଡାକ୍ତରଖାନା ଫେରିବା ପରେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ଏ ନେଇ ଅନୁଗୋଳ ଥାନାରେ ସେ ଅଭିଯୋଗ କରିଛନ୍ତି। ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋୟୀ କହିଛନ୍ତି, ଘଟଣା ସମ୍ପର୍କରେ ଜଣାନାହିଁ। ଏକ ଗଣ୍ଡଗୋଳକୁ ନେଇ ଥାନା ବାହାରେ ଅଛି। ଫେରିଲା ପରେ ଏହାର ଅନୁଧ୍ୟାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri