ସହାୟତା ଲାଗି ଆଗେଇ ଆସିଲା ଯୁବ ସ୍ବାଭିମାନ ମଞ୍ଚ

ଖଇରା, ୧୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡରେ ସମାଜକଲ୍ୟାଣ ତଥା ସଂସ୍କୃତିର ସୁରକ୍ଷା ପାଇଁ କାର୍ଯ୍ୟ କରିଆସୁଥିବା ଯୁବ ସ୍ବାଭିମାନ ମଞ୍ଚ ମହାମାରୀ କରୋନା ସମୟରେ ଅସହାୟ ଲୋକଙ୍କ ସହାୟତା ପାଇଁ ଅଣ୍ଟା ଭିଡିଛି। ପ୍ରଥମ ପଦକ୍ଷେପସ୍ବରୂପ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର ଶ୍ୟାମ ସିଂଙ୍କୁ ସହାୟତାର ହାତ ବଢାଇ ସଙ୍ଗଠନର ସଦସ୍ୟମାନେ ମାନବିକତାର ପରିଚୟ ଦେଇଛନ୍ତି। ଶ୍ୟାମ ଜଣେ ଦିନ ମଜୁରିଆ। ତାଙ୍କ ପରିବାରର ସଦସ୍ୟ ସଂଖ୍ୟା ୧୭ ା ଏଥିମଧ୍ୟରୁ ୧୨ଜଣ କେବଳ ଛୋଟ ପିଲା ା ଲକ୍‌ଡାଉନ ଘୋଷଣା ପରେ ଶ୍ୟାମ ଆଉ କାମଧନ୍ଦାକୁ ବାହାରି ପାରି ନ ଥିଲେ। ପରିବାର ସଦସ୍ୟମାନେ ଉପାସରେ ରହୁଥିବା ଖବର ଜାଣିବା ପରେ ଗଣ୍ଡିବେଡର ଯୁବ ସ୍ବାଭିମାନ ମଞ୍ଚର ସଦସ୍ୟ ପହଞ୍ଚିଥିଲେ। ସଭାପତି କୈଳାସ ଚନ୍ଦ୍ର ସାହୁ, ସମ୍ପାଦକ ଲକ୍ଷ୍ମୀକାନ୍ତ ଶଙ୍ଖୁଆ ଏବଂ କୋଷାଧ୍ୟକ୍ଷ ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଅନ୍ୟ କେତେକ ସଭ୍ୟ ଶୁକ୍ରବାର ଶ୍ୟାମ ସିଂଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଚାଉଳ, ଡାଲି ତଥା ଅନ୍ୟାନ୍ୟ ପନିପରିବା ଯୋଗାଇଥିଲେ ା ସେହିଭଳି ମଞ୍ଚର ସଦସ୍ୟମାନେ ଗଣ୍ଡିବେଡ ବଜାରରେ ଅତ୍ୟାବଶ୍ୟକ ଜିନିଷ ନେବାକୁ ଆସୁଥିବା ଗ୍ରାହକ ଓ ବ୍ୟବସାୟୀମାନଙ୍କୁ ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା କରିବା ଉପରେ ସଚେତନ କରାଇଥିଲେ। ବ୍ୟବସାୟୀମାନଙ୍କୁ ମାସ୍କ ନାହିଁ ତ ଜିନିଷ ନାହିଁ ଉପରେ ଗୁରୁତ୍ୱ ଦେବାକୁ ପ୍ରବର୍ତ୍ତାଇଥିଲେ। ସପନ ମହାନ୍ତି, ଜୀବନ ଦାସ, ଗୋବର୍ଦ୍ଧନ ମହାରଣା, ଭରତ ମହାରଣା, ଲକ୍ଷ୍ମଣ ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri