ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଅନୁଷ୍ଠାନର ସଭାପତି ସିଦ୍ଧାର୍ଥ ପ୍ରଧାନ, ଦିଲୀପ ସାହୁ, ସୁବ୍ରତ ପ୍ରଧାନ, ସନ୍ଦୀପ ସାହୁ, ଅମରେନ୍ଦ୍ର ପ୍ରଧାନ ପ୍ରମୁଖ ସକାଳେ ମାଧପୁର ଗ୍ରାମକୁ ଯାଇ ୧୦୮ ଆମ୍ବୁଲାନ୍ସରେ ଡାକ୍ତରଖାନା ପଠାଇବା ବ୍ୟବସ୍ଥା କରିଥିଲେ। ଏହି ସମୟରେ ମାନସିକ ଭାରସାମ୍ୟ ହରାଇ ବସିଥିବା ପ୍ରମୋଦ ମା’ ମା’ କହି କାନ୍ଦି ପକାଇଥିଲେ। ଘଟଣା ସ୍ଥଳରେ ଉପସ୍ଥିତ ମଞ୍ଜୁ ସେଠୀ, ଅବୃତ୍ତି ଦେହୁରୀ, ଅଛୁ ପ୍ରଧାନ, ସଞ୍ଜୁ ସେଠୀ, ଅପୂର୍ବ ଦେହୁରୀ, ବାଲାବତୀ ମାଝି, ସସ୍ମିତା ସେଠୀ, କେତକୀ ସେଠୀ, ବିମଳା ନାଏକ ପ୍ରମୁଖ ପ୍ରମୋଦଙ୍କୁ ମଧ୍ୟ ନେଇଯିବାକୁ ନିବେଦନ କରିଥିଲେ। ଏପରି ନ କଲେ ସେ ମା’ଙ୍କୁ ଝୁରି ଝୁରି ମରିଯିବେ ବୋଲି କହିଥିଲେ। ଗ୍ରାମବାସୀଙ୍କ କଥାକୁ ଗୁରୁତ୍ୱ ଦେଇ ଅନୁଷ୍ଠାନର ସଦସ୍ୟମାନେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଅନୁଷ୍ଠାନର ଏପରି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ ମାଧପୁର ଗ୍ରାମର ପାତି ନାଏକ ଓ ତାଙ୍କ ପୁଅ ପ୍ରମୋଦ ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହିଥିଲେ। ଉଭୟଙ୍କୁ ସରକାରୀ ସହାୟତା, ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?