ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନଁା ଉପେନ୍ଦ୍ର ପଣ୍ଡା। ତାଙ୍କ ଘର ବେତଡ଼ା ନିକଟବର୍ତ୍ତୀ ନଇଛଣପୁର ଗ୍ରାମରେ। ପୋଲିସ ଗିରଫ ଉପେନ୍ଦ୍ରଙ୍କୁ ସୋମବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଭଦ୍ରକ ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ସହ ରାଜସ୍ବ ନିରୀକ୍ଷକଙ୍କୁ ଉପେନ୍ଦ୍ର ଓ ଅନ୍ୟ ଜଣେ ସହଯୋଗୀ କାର୍ଯ୍ୟରତ ଅବସ୍ଥାରେ ମାଡ଼ ମାରିଥିଲେ। ଏ ସମ୍ପର୍କରେ ରାଜସ୍ବ ଅଧିକାରୀଙ୍କ ଅଭିଯୋଗକ୍ରମେ ବାସୁଦେବପୁର ଥାନାରେ ଏକ ମାମଲା(ନଂ. ୩୩/୨୦) ରୁଜୁ ହୋଇଥିଲା। ସେବେଠାରୁ ଉପେନ୍ଦ୍ର ଓ ଅନ୍ୟ ଆକ୍ରମଣକାରୀ ଫେରାର ଥିଲେ। ଦୁଇ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରା ନ ଗଲେ ଆର୍ଆଇ ଓ ସହ ଆର୍ଆଇମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେବା ସହିତ ଭଦ୍ରକ ଏସ୍ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରବିବାର ବାସୁଦେବପୁର ଆଇଆଇସି ମଧୁମିତା ମହାନ୍ତି ଓ ଏଏସ୍ଆଇ ଚିତ୍ତରଞ୍ଜନ ଦାସ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି କୋଲକାତାର ବହୁବଜାରରୁ ଉପେନ୍ଦ୍ରଙ୍କୁ ଧରିବାରେ ସଫଳ ହୋଇଛନ୍ତି।
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…
ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…
ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…
ଏମଆରଏଫ୍ ୟୁନିଟ୍ରେ ପଶିଲା ୫ ଫୁଟର ଅଜଗର, ପରେ….
କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍ ୟୁନିଟ୍ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…
ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…
ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…
ରାଜଧାନୀରେ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…
Archives

