ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର ୮୬.୪୧% ରହିଛି। ଗୁରୁବାର ପୂର୍ବାହ୍ନ ୧୦ଟାରେ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ବ୍ଲକ ନିର୍ବାଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମୟରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ସମ୍ବେଦନଶୀଳ ବୁଥ୍‌ରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମତଦାନ ଶେଷ ପରେ ଭୋଟ ବାକ୍ସକୁ ସିଲ୍‌ କରାଯାଇ ବ୍ଲକ ଅଫିସରେ କରାଯାଇଥିବା ଷ୍ଟ୍ରଙ୍ଗ୍‌ରୁମରେ ରଖାଯାଇଛି। ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ୨୦୧୭ ପଞ୍ଚାୟତ ନିର୍ବାଚନରେ ବନିତା ଦେହୁରୀ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ଗତ ବର୍ଷ ତାଙ୍କର ପରଲୋକ ହୋଇଯାଇଥିଲା। ଫଳରେ ଏହି ପଦବୀ ପୂରଣ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସରପଞ୍ଚ ପଦବୀରେ ସଙ୍ଗୀତା ରାଣୀ ସାହୁ ଏବଂ ରେଣୁକା ପ୍ରଧାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri