ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର ୮୬.୪୧% ରହିଛି। ଗୁରୁବାର ପୂର୍ବାହ୍ନ ୧୦ଟାରେ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ବ୍ଲକ ନିର୍ବାଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମୟରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ସମ୍ବେଦନଶୀଳ ବୁଥ୍‌ରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମତଦାନ ଶେଷ ପରେ ଭୋଟ ବାକ୍ସକୁ ସିଲ୍‌ କରାଯାଇ ବ୍ଲକ ଅଫିସରେ କରାଯାଇଥିବା ଷ୍ଟ୍ରଙ୍ଗ୍‌ରୁମରେ ରଖାଯାଇଛି। ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ୨୦୧୭ ପଞ୍ଚାୟତ ନିର୍ବାଚନରେ ବନିତା ଦେହୁରୀ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ଗତ ବର୍ଷ ତାଙ୍କର ପରଲୋକ ହୋଇଯାଇଥିଲା। ଫଳରେ ଏହି ପଦବୀ ପୂରଣ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସରପଞ୍ଚ ପଦବୀରେ ସଙ୍ଗୀତା ରାଣୀ ସାହୁ ଏବଂ ରେଣୁକା ପ୍ରଧାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri