ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ

ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
ପାରାଦୀପ ପୋର୍ଟରେ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଅମରେଶ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରତିବର୍ଷ ଦେଖା ଦେଉଥିବା ବାତ୍ୟାକୁ ଏଡ଼ାଇବା ପାଇଁ ଚାରାରୋପଣ କରିବା ଓ ପରିବେଶ ପ୍ରଦୂଷଣକୁ ରୋକିବା ନିମନ୍ତେ ସଚେତନତା ସୃଷ୍ଟି କରିଥିଲେ ା ୯ ଦିନରେ ସାଇକେଲରେ ସେ ୭୦୦ କି.ମି. ଅତିକ୍ରମ କରିଥିଲେ। କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡର ବିଭିନ୍ନ ଅଞ୍ଚଳକୁ ଯାଇ ଚାରାରୋପଣ ଓ ପରିବେଶ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ପରେ ବ୍ରହ୍ମପୁରଠାରେ ଯାତ୍ରା ସମାପନ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ଅମରେଶଙ୍କୁ ସ୍ବାଗତ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଥିଲା ା ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଳାନ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ା ପରିବେଶବିତ ସୁଧୀର ରାଉତ, ସବୁଜବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର, ଇକୋ କ୍ଲବର ସଂଯୋଜକ ଡ. ଶଙ୍କର ନାରାୟଣ ବେଜ, ଶିକ୍ଷାବିତ୍‌ ଶ୍ୟାମସୁନ୍ଦର ଖାଡଙ୍ଗା ଅତିଥି ଭାବେ ଯୋଗଦେଇ ଅମରେଶଙ୍କୁ ସମ୍ବର୍ଦ୍ଧିତ କରିଥିଲେ ା ଅମରେଶ ଦୀର୍ଘ ୨୦ ବର୍ଷ ହେଲା ପରିବେଶ ସୁରକ୍ଷା ଓ ସବୁଜ ଓଡ଼ିଶା ଗଠନ ନେଇ ଉଦ୍ୟମ କରି ଆସୁଥିବା କହିବା ସହ ଚାରାରୋପଣ ପ୍ରତ୍ୟେକଙ୍କ ଦାୟିତ୍ୱ ବୋଲି ମତବ୍ୟକ୍ତ କରିଥିଲେ ା କାର୍ଯ୍ୟକ୍ରମରେ ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ, ମହାମତ୍ା ଗାନ୍ଧୀ ହେଲ୍ପିଂ ହ୍ୟାଣ୍ଡସ୍‌, ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ, ଟିମ କ୍ଳିନ ସିଟି, ସିଟି ହାଇସ୍କୁଲର ଏନସିସି କ୍ୟାଡେଟ ଚିଫ ଗୋପାଳକୃଷ୍ଣ ମିଶ୍ରଙ୍କ ସମେତ ସ୍କୁଲ ଏନସିସି କ୍ୟାଡେଟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri