ସାଇକେଲ ଯୋଗେ ବିଶାଖାପାଟଣାରୁ ୧୪ ଶ୍ରମିକ ଘରମୁହାଁ

ରାୟଗଡ଼ା ଅଫିସ,୧୦ା୫ : ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ସରକାର ପ୍ରାୟ ୪୫ ଦିନରୁ ଊର୍ଦ୍ଧ୍ୱ ହେବ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶହ ଶହ ଶ୍ରମିକ ଏବେ ଘରମୁହାଁ ହୋଇଛନ୍ତି। କେହି କେହି ସାଇକେଲ ଯୋଗେ ତ ଆଉ କେହି ଚାଲିଚାଲି ନିଜ ଗାଁକୁ ଫେରୁଛନ୍ତି। ସେହିପରି ବିଶାଖାପାଟଣାରେ ପ୍ରାୟ ୧୪ ଜଣ କାମ କରୁଥିଲେ। ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ଏମାନଙ୍କ ଘର। ଲକ୍‌ଡାଉନ୍‌ ହେବା ପରେ ଏହି ଶ୍ରମିକମାନେ ଖାଇବାକୁ ନ ପାଇ ଅନେକ ହଇରାଣ ହରକତ ହୋଇ ବିଶାଖାପାଟଣାରୁ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ଯିବା ଲାଗି ରବିବାର ରାୟଗଡ଼ାରେ ପହଞ୍ଚିଛନ୍ତି। ଦୀର୍ଘଦିନ ହେଲା ଖାଇବାକୁ ନ ପାଇ ଆଜି ସ୍ଥାନୀୟ ବସ୍‌ଷ୍ଟାଣ୍ଡଠାରେ ରୋଷେଇ କରି ଖାଉଛନ୍ତି। ଓଡ଼ିଶା ସରକାର ନା ଆନ୍ଧ୍ର ସରକାର କେହି ବି ତାଙ୍କୁ ଘରେ ପହଞ୍ଚାଇବା ବ୍ୟବସ୍ଥା କରୁନାହାନ୍ତି ବୋଲି ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଏନେଇ ତହସିଲଦାର ଉମାଶଙ୍କର ବେହେରା କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସରିଛି। ନିଜ ବ୍ୟବସ୍ଥାରେ ଯିବେ। ଆମକୁ ଆଉ କୌଣସି ଗାଇଡ୍‌ଲାଇନ ନାହିଁ। ଏହି ସମସ୍ତ ଶ୍ରମିକ କ୍ୱାରାଣ୍ଟାଇନ୍‌ରେ ଥିଲେ। କାହାଠାରେ କୌଣସି ଲକ୍ଷଣ ଦେଖାଯାଇନାହିଁ। ସେମାନେ ଘରକୁ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri