Posted inଖେଳ

ସାଇନାଙ୍କୁ ପ୍ରଥମ ମହିଳା ଆଇଏମ୍‌ ନର୍ମ

ଭୁବନେଶ୍ୱର, ୨୬।୬(ସ୍ପୋଟର୍‌ସ ବ୍ୟୁରୋ)- ଉଦୀୟମାନ ଓଡ଼ିଆ ଚେସ୍‌ ତାରକା ତଥା ମହିଳା ଫିଡେ ମାଷ୍ଟର ସାଇନା ସାଲୋନିକା କ୍ୟାରିୟରର ପ୍ରଥମ ଇଣ୍ଟରନ୍ୟାଶନାଲ ମାଷ୍ଟର (ଆଇଏମ୍‌) ନର୍ମ ହାସଲ କରିଛନ୍ତି। ଗୋଆ ଇଣ୍ଟନ୍ୟାଶନାଲ ଜିଏମ୍‌ ଟୁର୍ନାମେଣ୍ଟ ଅବସରରେ ସାଇନା ଏହି ସଫଳତା ପାଇଛନ୍ତି। ନିରଞ୍ଜନ ନାଭାଲଗୁଣ୍ଡଙ୍କ ବିପକ୍ଷ ୯ମ ରାଉଣ୍ଡ ବାଜି ଅବସରରେ ସାଇନାଙ୍କୁ ଏହି ନର୍ମ ମିଳିଥିଲା। ଏହି ଟୁର୍ନାମେଣ୍ଟରେ ସାଇନା ୟୁକ୍ରେନର ଗ୍ରାଣ୍ଡମାଷ୍ଟର (ଜିଏମ୍‌) ବବି ଓଲ୍‌ଗାଙ୍କ ସମେତ ୪ଜଣଙ୍କୁ ପରାସ୍ତ କରିଥିବାବେଳେ ଦେବାଶିଷ ଦାସ (ଜିଏମ୍‌), ପି. କାର୍ତ୍ତିକେୟନ (ଜିଏମ୍‌)ଙ୍କ ପରି ଖେଳାଳିଙ୍କ ବିପକ୍ଷରେ ବାଜି ଡ୍ର’ ରଖିବାରେ ସଫଳ ହୋଇଥିଲେ। ଏହି ଟୁର୍ନାମେଣଟରୁ ସେ ୮୫ ରେଟିଂ ପଏଣ୍ଟ ଲାଭ କରିଛନ୍ତି। ଗୋଆର ପ୍ରସାଦ ମୂଖାର୍ଜୀ ଷ୍ଟାଡିୟମରେ ହୋଇଥିବା ଉଦ୍‌ଯାପନୀ ଉତ୍ସବରେ ଅତିଥିଭାବେ ଯୋଗଦେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ନର୍ମ ସାର୍ଟିଫିକେଟ୍‌ ସାଇନାଙ୍କୁ ପ୍ରଦାନ କରିଥିଲେ। ବର୍ତ୍ତମାନ ସୁଦ୍ଧା ସାଇନା କ୍ୟାରିୟରରେ ୧୫ ପଦକ ଜିତିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri