ସାଇବର ଅପରାଧ ଯୋଗୁ ଭାରତୀୟ କମ୍ପାନୀଙ୍କୁ ୧୩ କୋଟି କ୍ଷତି

ନୂଆଦିଲ୍ଲୀ,୨୪-୭-ଆଇଟି କ୍ଷେତ୍ରରେ ଦେଶ ଯେତେ ଆଗେଇ ଚାଲିଛି ସେହି ଅନୁପାତରେ ସାଇବର ଅପରାଧ ମଧ୍ୟ ବଢ଼ି ଚାଲିଛି। ୨୦୧୮ ଜୁଲାଇରୁ ୨୦୧୯ ଏପ୍ରିଲ ମଧ୍ୟରେ ଦେଶରେ କମ୍ପାନୀଙ୍କୁ ହାରାହାରି ୧୨.୮୦ କୋଟି ଟଙ୍କା କ୍ଷତି ସହିବାକୁ ପଡିିଛି। ପ୍ରଯୁକ୍ତି କ୍ଷେତ୍ରର ପ୍ରମୁଖ କମ୍ପାନୀ ଆଇବିଏମ୍‌ ଦ୍ୱାରା ଜାରି ଏକ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁସାରେ ବିଶ୍ୱ ସ୍ତରରେ କ୍ଷତିର ପରିମାଣ ପ୍ରାୟ ୨୭.୦୩ କୋଟି ଟଙ୍କା। ଉକ୍ତ ଅବଧିରେ ହ୍ୟାକିଂ ଯୋଗୁ ହାରାହାରି ୨୫,୫୭୫ ରେକର୍ଡ ପ୍ରଭାବିତ ହୋଇଛି। ରିପୋର୍ଟରେ କୁହାଯାଇଛି ଯେ, ଡାଟା ଚୋରି ଅଥବା ସୂଚନା ହ୍ୟାକିଂ ଯୋଗୁ ଭାରତରେ ପ୍ରତି ବ୍ୟକ୍ତି ପ୍ରତି କ୍ଷତି ୫୦୧୯ ଟଙ୍କା ଥିବା ବେଳେ ବିଶ୍ୱରେ ଏହା ୧୫୦ ଡଲାର ରହିଛି। ଭାରତରେ ଏହି ଘଟଣା ଯୋଗୁ ହାରାହାରି ୩୫,୬୩୬ ରେକର୍ଡ ପ୍ରଭାବିତ ହୋଇଥାଏ। ଆଇବିଏମ୍‌ ସିକ୍ୟୁରିଟିଜ ଦ୍ୱାରା ପ୍ରାୟୋଜିତ ଏହି ରିପୋର୍ଟକୁ ପୋନେମ୍ୟାନ ଇନ୍‌ଷ୍ଟିଚ୍ୟୁଟ୍‌ ପ୍ରସ୍ତୁତ କରିଛି। ସିକ୍ୟୁରିଟି ସଫ୍ଟଓ୍ବେର ଲିଡର ବୈଦ୍ୟନାଥନ ଆୟାର କହିଛନ୍ତି ଯେ, ଭାରତରେ ଦ୍ରୁତଗତିରେ ସାଇବର ଅପରାଧ ବଦଳୁଛି। ଏହା ଏବେ ଅତ୍ୟନ୍ତ ସଂଗଠିତ ଭାବେ ତାଳମେଳ ରଖି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri