Posted inଖେଳ

ସାଇ ଟ୍ରାଏଲ୍ସରେ ଭାଗନେବାକୁ ମନାକଲେ ଶ୍ରୀନିବାସ

ନୂଆଦିଲ୍ଲୀ, ୧୭।୨ (ପି.ଟି.)- ଚର୍ଚ୍ଚାରେ ରହିଥିବା କର୍ନାଟକର ପାରମ୍ପରିକ କମ୍ବାଲ ରେସ୍‌ର ଶ୍ରୀନିବାସ ଗୌଡ଼ ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରରେ ଟ୍ରାଏଲ୍ସ ଦେବାକୁ ମନା କରିଦେଇଛନ୍ତି। ନିକଟରେ କର୍ନାଟକରେ ଅନୁଷ୍ଠିତ ପାରମ୍ପରିକ ମଇଁଷି ଦୌଡ଼ରେ ଏହାର ଜକି ରହିଥିବା ଶ୍ରୀନିବାସ ମାତ୍ର ୯.୫୫ ସେକେଣ୍ଡରେ ୧୦୦ ମିଟର ଦୂରତା ଅତିକ୍ରମ କରିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କୁ ବିଶ୍ୱର ଦ୍ରୁତତମ ଧାବକ ତଥା ସ୍ପ୍ରିଣ୍ଟ ଲିଜେଣ୍ଡ ଉସେନ ବୋଲ୍ଟଙ୍କ ସହ ତୁଳନା କରାଯାଇଥିଲା। ଏହାପରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶ୍ରୀନିବସାଙ୍କୁ ନେଇ ଏକ ଟ୍ରାଏଲ୍ସ ଆୟୋଜନ କରିବାକୁ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର ଟପ୍‌ କୋଚ୍‌ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଗୌଡ଼ା ଏହି ଟ୍ରାଏଲ୍ସରେ ଭାଗନେବାକୁ ମନା କରିଦେଇଥିବା ସାଇର ଜଣେ ଅଧିକାରୀ କହିଛନ୍ତି। ‘ଗୌଡ଼ା ସୋମବାର ବେଙ୍ଗାଲୁରୁରେ ପହଞ୍ଚତ୍ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ବେଙ୍ଗାଲୁରୁ ସାଇର ଏକ ଟିମ୍‌ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ରହିଛି ଏବଂ ସାଇ ସେଣ୍ଟରକୁ ନେବାପାଇଁ ତାଙ୍କ ସହ କଥା ହେବାକୁ ଅପେକ୍ଷା କରିଛି। କିନ୍ତୁ ସେ ଏଥିପ୍ରତି ଆଗ୍ରହ ନାହାନ୍ତି ଏବଂ ଆମେ ଜାଣିବାକୁ ପାଇଲୁ କି ସେ ଆଘାତପ୍ରାପ୍ତ ରହିଛନ୍ତି’ ବୋଲି ସାଇର ଜଣେ ଅଧିକାରୀ ପିଟିଆଇକୁ କହିଛନ୍ତି। ପ୍ରକାଶଯୋଗ୍ୟ, ନିର୍ମାଣ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଗୌଡ଼ା ମାଙ୍ଗାଲୁରୁରେ ଅନୁଷ୍ଠିତ ଏହି କମ୍ବାଲ ରେସ୍‌ରେ ମୋଟ୍‌ ୧୪୫ ମିଟର ଦୂରତାକୁ ୧୩.୬୨ ସେକେଣ୍ଡରେ ଅତିକ୍ରମ କରିଥିଲେ। ଏହି ଅବସରରେ ସେ ୧୦୦ ମିଟର ଦୂରତାକୁ ଅତିକ୍ରମ କରିବା ପାଇଁ ୯.୫୫ ସେକେଣ୍ଡ ସମୟ ନେଇଥିଲେ। ଜାମାଇକାର କିମ୍ବଦନ୍ତୀ ଧାବକ ୧୦୦ ମିଟର ରେସ୍‌କୁ ୯.୫୮ ସେକେଣ୍ଡରେ ଅତିକ୍ରମ କରି ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲ ସ୍ବପ୍ନ ଚୂର୍‌ମାର: ଟୁର୍ନାମେଣ୍ଟରୁ ବିଦାୟ ନେଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩୧।୧୦: ହଂକଂ ସୁପର ସିକ୍ସେସ ୨୦୨୬ରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶାଜନକ ରହିଛି। ଦଳର ପ୍ରଦର୍ଶନ କେତେ ଖରାପ ଥିଲା, ତାହା ଏଥିରୁ ଅନୁମାନ କରାଯାଇପାରେ…

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

BCCIର ବଡ଼ ଘୋଷଣା: ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଦଳିଲା ଟିମ ଇଣ୍ଡିଆ, ଏମାନେ ପଡିଲେ ବାଦ୍‌, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳରେ ଆକିବ ନବୀଙ୍କ ଏଣ୍ଟ୍ରି ହୋଇଛି। BCCI ପୁଣି ଥରେ ଟିମ ଇଣ୍ଡିଆରେ ପରିବର୍ତ୍ତନ କରିଛି। ପୂର୍ବରୁ…

ବିଦ୍ୟୁତ ଉପଭୋକ୍ତାଙ୍କୁ ଝଟ୍‌କା! ନଭେମ୍ୱର ୧ରୁ ବଢିବ ଇଲେକ୍ଟ୍ରି ବିଲ୍‌, ପ୍ରତି କିଲୋଓ଼୍ବାଟ୍‌ ପିଛା ଲାଗିବ…

ନୂଆଦିଲ୍ଲୀ,୩୧।୧୦: ରାଜ୍ୟରେ ବିଜୁଳି ସଂଯୋଗ (Electricity Connection) ମହଙ୍ଗା ହୋଇଯାଇଛି ଏବଂ ନଭେମ୍ୱର ୧ ରୁ ନୂଆ ଦର ଲାଗୁ ହେବ। ନୂଆ ବିଜୁଳି ସଂଯୋଗ ପାଇଁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?