ସାଉଥକୋ, ଓ୍ବେସ୍‌କୋ, ନେସ୍‌କୋ ପାଇଁ ନିଯୁକ୍ତ ହେଲେ ସ୍ଥାୟୀ ଅଧିକାରୀ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ପରିଚାଳନା ଦାୟିତ୍ୱ ରିଲାଏନ୍ସ ଏନର୍ଜି ହାତରୁ ଯିବା ପରେ ସାଉଥକୋ, ଓ୍ବେସ୍‌କୋ ଓ ନେସ୍‌କୋ ଗ୍ରୀଡ୍‌କୋ ଅଧୀନରେ ରହି ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି)ଙ୍କ ନିର୍ଦ୍ଦେଶରେ ୩ ଜଣ ଅସ୍ଥାୟୀ ଅଥରାଇଜ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏଥିଯୋଗୁ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀଗୁଡିକରେ ବହୁ ସମସ୍ୟା ଦେଖା ଦେଉଥିଲା। ସେହି ଅଧିକାରୀମାନେ କମ୍ପାନୀଗୁଡିକ ପାଇଁ ପୂରା ସମୟ ଦେଉ ନ ଥିଲେ। ଉକ୍ତ ପଦବୀଗୁଡିକୁ ସ୍ଥାୟୀ କରିବାକୁ ନିଖିଳ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘର ସାଧାରଣ ସମ୍ପାଦକ ଅକ୍ଷୟ କୁମାର ତ୍ରିପାଠୀ ଗ୍ରୀଡ୍‌କୋକୁ ଚିଠି ଲେଖିଥିଲେ। ଶେଷରେ ଗ୍ରୀଡ୍‌କୋ ପକ୍ଷରୁ ଡିଏମ୍‌ୟୁ ମୁଖ୍ୟ ଭାବେ ଈଶ୍ୱର ଆଶିଷ ପାଟିଲଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ସାଉଥକୋ ପାଇଁ ପି.କେ. ସାହୁ, ନେସ୍‌କୋ ପାଇଁ ସବ୍ୟସାଚୀ ପାଢୀ ଏବଂ ଓ୍ବେସ୍‌କୋ ପାଇଁ ତାପସ ପଟ୍ଟନାୟକଙ୍କୁ ସ୍ଥାୟୀ ଅଥରରାଇଜ ଅଫିସର ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଗ୍ରୀଡ୍‌କୋ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ନିଯୁକ୍ତିକୁ ମହାସଂଘ ପକ୍ଷରୁ ସ୍ବାଗତ କରାଯାଇଛି। ଏହାଦ୍ୱାରା ବିଦ୍ୟୁତ୍‌ ବଣ୍ଟନ ଜନିତ କ୍ଷତିକୁ କମ କରାଯାଇ ପାରିବ ବୋଲି ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri