ସାଉଥ କମେଡିଆନଙ୍କ ପରଲୋକ

ହାଇଦ୍ରାବାଦ,୨୫।୯: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅଗଧାଡ଼ିର କମେଡିଆନ ବେଣୁ ମାଧବଙ୍କ ନିଧନ। ଦୀର୍ଘ ଦିନରୁ ବେଣୁ କିଡନୀ ଓ ଲିଭର ରୋଗରେ ଆକ୍ରାନ୍ତ ଥିବା ବେଳେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ସିକନ୍ଦରାବାଦ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ବେଣୁଙ୍କୁ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଥିବା ବେଳେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୯ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବରରେ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପଟେ ଏନେଇ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଟୁଇଟ କରି ଶୋକପ୍ରକାଶ କରିଛନ୍ତି। ୧୯୭୯ରେ ଆନ୍ଧ୍ର ପ୍ରଦେଶର ନଲଗୋଣ୍ଡା ଜିଲାର କୋଡାଡ ଗଁାରେ ବେଣୁ ଜନ୍ମଗ୍ରହଣ କରିଥିଲେ। ୧୯୯୬ରେ ଫିଲ୍ମ ‘ସମ୍ପ୍ରଦାୟମ’ ଜରିଆରେ ଜଣେ କମେଡିଆନ ଭାବେ ଅଭିନୟ କରି ବେଣୁ ତେଲଗୁ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ହାସ୍ୟ ଅଭିନେତା ଭାବେ ଖ୍ୟାତି ଅର୍ଜନ କରିଥିବା ଏହି ଅଭିନେତା ବହୁ ସୁପରହିଟ ଫିଲ୍ମରେ କାମ କରି ସାରିଛନ୍ତି। ତେଲଗୁ ଓ ତାମିଲରେ ପ୍ରାୟ ୨ଶହଟି ଫିଲ୍ମରେ ସେ କାମ କରିଥିବା ଜଣାପଡ଼ିଛି। ଦର୍ଶକଙ୍କୁ ପରଦାରେ ହସାଇ ହସାଇ ବେଦମ କରାଇ ପାରୁଥିବା ବେଣୁଙ୍କ ଶେଷ ଫିଲ୍ମ ଥିଲା ‘ଡ଼.ପାରାମାନନଦହିହା ଷ୍ଟୁଡେଣ୍ଟ’। ୨୦୧୬ରୁ ଏହି ଫିଲ୍ମର ଶୁଟିଂ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏହା ରିଲିଜ୍‌ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri