ସାକ୍ଷୀଗୋପାଳ ଠାକୁରଙ୍କ ଘୋଡ଼ଲାଗି ବେଶ

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ଶୀତ ଆସିଛି। ଠାକୁର ଶୀତ ଦାଉରୁ ରକ୍ଷା ପାଇବାକୁ ଶୀତବସ୍ତ୍ର ପରିଧାନ କରିଛନ୍ତି। ଏଥିପାଇଁ ସାକ୍ଷୀଗୋପାଳ ମନ୍ଦିରରେ ସୋମବାର ଓଢ଼ଣଷଷ୍ଠୀ ପର୍ବ ପାଳିତ ହୋଇଛି। ଏହି ଅବସରରେ ଠାକୁରଙ୍କ ପାରମ୍ପରିକ ଘୋଡ଼ଲାଗି ବେଶ ଅନୁଷ୍ଠିତ ହୋଇଥିଲା। ଦୈନଦିନ ଦେବନୀତି ସହିତ ଦ୍ୱିପ୍ରହର ଧୂପ ସମୟରେ ଛତିତ୍ରାସ, କାହାଳୀ, ଘଣ୍ଟ, ତେଲିଙ୍ଗୀବାଦ୍ୟ ସହିତ ନୂତନ ଘୋଡ଼ ବେଢ଼ା ପରିକ୍ରମା କରାଯାଇଥିଲା। ଯାତଭୋଗ, ଉପଚାର ଓ ଆଳତି କରାଯିବା ପରେ ଶୀତ ଯୋଗୁ ରେଶମ କପଡ଼ାରେ ପ୍ରସ୍ତୁତ ନୂଆଘୋଡ଼ (ଚାଦର) ଠାକୁରଙ୍କ ସର୍ବାଙ୍ଗ ଶରୀରରେ ଢ଼ାଙ୍କି ଦିଆଯାଇଥିଲା। ମସ୍ତକରେ ମୁଣ୍ଡଘୋଡ଼ (ମଫଲର) ବାନ୍ଧି ଦିଆଯାଇଥିଲା। ଅନୁରୂପ ଭାବେ ଶ୍ରୀରାଧାଙ୍କୁ ରେଶମ ଘୋଡ଼ରେ ଆଚ୍ଛାଦିତ କରାଯାଇଥିଲା। ମନ୍ଦିର ବେଢ଼ାରେ ଥିବା ଅନ୍ୟ ଠାକୁରଙ୍କ ମଧ୍ୟରେ ମଦନମୋହନ, ଗୋପୀନାଥ, ଗଣେଶ, ମହାବୀର, ନୃସିଂହ, ବଳିବାମନ, ଶୂକର, ନବଗ୍ରହ, ଲକ୍ଷ୍ମୀ, ସରସ୍ବତୀ, ଶ୍ରୀରାମ, ଲକ୍ଷ୍ମଣ, ସୀତା, ଗରୁଡ଼, ପତିତପାବନ ଓ ଅଲଗଡ଼ ମହାବୀରଙ୍କୁ ଘୋଡ଼ଲାଗି କରାଯାଇଛି। ମନ୍ଦିର ଦର୍ଜି ସେବକ ସତ୍ୟବାଦୀ ମହାପାତ୍ର ଏଥିପାଇଁ ୨୨ ଘୋଡ଼ ପ୍ରସ୍ତୁତ କରିଥିଲେ। ବେଶ ଦେଖିବାକୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଆଗାମୀ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ପ୍ରତିଦିନ ଏହି ବେଶ ଅନୁଷ୍ଠିତ ହେବ। ଏହି ସମୟରେ ଠାକୁରଙ୍କ କେବଳ ଶ୍ରୀମୁଖ ଦର୍ଶନ ମିଳିବ। ଏହାବ୍ୟତୀତ ଯାଗା ମହାବୀର ଓ ବାଟ ମହବୀରଙ୍କ ସହ ବିଭିନ୍ନ ଗ୍ରାମର ଦେବାଦେବୀ ଓ ମଠ ମନ୍ଦିରରେ ଠାକୁରଙ୍କୁ ଘୋଡ଼ଲାଗି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?