ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ: ସେବାୟତ-ପ୍ରଶାସନ ମୁହାଁମୁହିଁ, ୩୦ ମିନିଟ ଦର୍ଶନ ବନ୍ଦ

ସାକ୍ଷୀଗୋପାଳ, ୫।୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପ୍ରସିଦ୍ଧ ଅଁଳାନବମୀ ଉପଲକ୍ଷେ ରାଧା ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗିଛି। ରାତ୍ର ୧ଟାରୁ ଦ୍ୱାର ଫିଟାଯାଇ ଭୋରସୁଦ୍ଧା ଦେବ ନୀତି ସମାପନ ହୋଇଥିଲା। ସାକ୍ଷୀଗୋପାଳ ଠାକୁରଙ୍କ ଆକର୍ଷଣୀୟ ନଟବର ବେଶ ଓ ମା’ ରାଧାରାଣୀଙ୍କ ପାରମ୍ପରିକ ଓଡ଼ିଆଣୀ ବେଶ ଅନୁଷ୍ଠିତ ହୋଇଛି। ନିର୍ଦ୍ଧାରିତ ସମୟର ୪୫ ମିନିଟ ପୂର୍ବରୁ ଅର୍ଥାତ୍‌ ଭୋର ୫.୪୫ ମିନିଟରେ ମନ୍ଦିରରେ ସାହାଣମେଲା ଦର୍ଶନ ଆରମ୍ଭ ହୋଇଥିଲା। ମାତ୍ର ଦେବ ନୀତି ସରିବା ପରେ ସେବାୟତ ପରିବାର ବର୍ଗଙ୍କ ଦର୍ଶନ ପାଇଁ ଦକ୍ଷିଣ ଦ୍ୱାର ଖୋଲା ରହିଥିଲା। ମାତ୍ର ସାଧାରଣ ଭକ୍ତଙ୍କୁ ଅରୁଣସ୍ତମ୍ଭ ନିକଟକୁ ଛଡ଼ା ନ ଯିବା ଘଟଣାକୁ ନେଇ ସେବାୟତ ଓ ପ୍ରଶାସନ ମୁହାଁମୁହିଁ ହୋଇଥିଲେ। ଫଳରେ ସେବାୟତମାନେ ସେବାନୀତି ଛାଡି ନବଗ୍ରହ ଦ୍ୱାର ବନ୍ଦ କରି ମନ୍ଦିର ଭିତରେ ଧାରଣା ଦେଇଥିଲେ। ପୁରୀ ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପ୍ରତାପ କୁମାର ସ୍ବାଇଁ, ଏସ୍‌ଡିପିଓ ଦେବଦତ୍ତ ବରାଳ, ସତ୍ୟବାଦୀ ବିଡିଓ ଓ ଆଇଆଇସି ସେବାୟତଙ୍କ ସହ ଆଲୋଚନା କରିଥିଲେ। ଏହା ସମାଧାନ ହେବା ପର୍ଯ୍ୟନ୍ତ ପ୍ରାୟ ୩୦ ମିନିଟ ମା’ଙ୍କ ପାଦ ଦର୍ଶନ ବନ୍ଦ ରହିଥିଲା। ଶ୍ରଦ୍ଧାଳୁମାନେ ବ୍ୟାରିକେଡ ଭିତରେ ସିଂହଦ୍ୱାରଦେଇ ମନ୍ଦିରକୁ ପ୍ରବେଶ କରୁଛନ୍ତି। ରାଧା ପାଦ ଦର୍ଶନ ପରେ ବେଢ଼ା ଭିତରେ ଅଁଳା ବୃକ୍ଷକୁ ପୂଜାର୍ଚ୍ଚନା କରି ବନ୍ଦାପନା କରୁଥିବା ଦେଖିବାକୁ ମିଳୁଛି। ସକାଳେ ମନ୍ଦିରରେ ଭିଡ ରହିଥିବା ବେଳେ ମଧ୍ୟାହ୍ନରେ ଭିଡ଼ କମ୍‌ ରହିଛି। ତେବେ ଓଡ଼ିଆ ବେଶରେ ମା’ ରାଧାରାଣୀ ପାଟଶାଢ଼ୀ କାଣିଆକଚ୍ଛାମାରି ପରିଧାନ କରିଛନ୍ତି। ପୁରୁଣା ସୁବର୍ଣ୍ଣ ଅଳଙ୍କାର ମଧ୍ୟରେ ପାଦପଦ୍ମ, ଟୁଣ୍ଡିଆ, ପାଉଁଜି, ବାଙ୍କି, ନୂପୁର, ବେଙ୍ଗପାଟିଆ , ଦ୍ରାବିଡ ଚନ୍ଦ୍ର ହାର, ବେବତୀ ହାରରେ ମା’ ଭୂଷିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri