Posted inଖେଳ

ସାଜିଦଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତିମିଆଦ ବୃଦ୍ଧି

ଭୁବନେଶ୍ୱର, ୩୧।୩(କ୍ରୀଡ଼ା ପ୍ରତିନିଧି)-
ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ଭୁବନେଶ୍ୱର ଭିତ୍ତିକ କ୍ଲବ ଓଡ଼ିଶା ଏଫସି ଡିଫେଣ୍ଡର ମହମ୍ମଦ ସାଜିଦ ଧୁତ୍‌ଙ୍କ ସହ ଚୁକ୍ତି ମିଆଦ ବୃଦ୍ଧି କରିଛି। ୨୨ ବର୍ଷୀୟ ସାଜିଦ କ୍ଲବ ସହ ୨୦୨୨ ପର୍ଯ୍ୟନ୍ତ ରହିବେ ବୋଲି ସୋମବାର ଓଡ଼ିଶା ଏଫସି ପକ୍ଷରୁ ପ୍ରକାଶ କରାଯାଇଛି। ” ସାଜିଦ ଜଣେ ବିଚକ୍ଷଣ ଯୁବ ପ୍ରତିଭା । ସେ କଠିନ ପରିଶ୍ରମ ସହ କ୍ଲବ ପାଇଁ ଉତ୍ସର୍ଗୀକୃତ ଭାବେ ଖେଳିଛନ୍ତି। ଓଡ଼ିଶା ଏଫସି ପକ୍ଷରୁ ଖେଳ ଜାରିରଖି ସେ ଉନ୍ନତି କରିଛନ୍ତି ଏବଂ ଆଗାମୀ ଦିନରେ ତାଙ୍କଠାରୁ ଶ୍ରେଷ୍ଠ ପ୍ରଦର୍ଶନ ଆସିବା ବାକି ରହିଛି। ତାଙ୍କ ସହ ଚୁକ୍ତି ମିଆଦ ବୃଦ୍ଧି କରି ଆମେ ଖୁସି ଏବଂ ଭବିଷ୍ୟତ ପାଇଁ ଶୁଭେଚ୍ଛା“ ବୋଲି କ୍ଲବ ସଭାପତି ରୋହନ ଶର୍ମା ପ୍ରକାଶ କରିଛନ୍ତି। ଚୁକ୍ତି ସମୟ ବୃଦ୍ଧିରେ ସ୍ବାଭାବିକଭାବେ ଖୁସି ଜାହିର କରିଛନ୍ତି ସାଜିଦ। ଓଡ଼ିଶା ଏଫସି ସହିତ ଚୁକ୍ତିର ନବୀକରଣ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। କ୍ଲବ ସହିତ ଯୋଗଦେବା ପରଠାରୁ ମୁଁ ଅନେକ କିଛି ଶିଖିବାକୁ ପାଇଛି। ମୋତେ ସମର୍ଥନ କରିଥିବାରୁ ଏବଂ ଭଲପାଇବା ଜାରି ରଖିଥିବାରୁ କ୍ଲବର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଉଛି। ଆଗାମୀ ଦିନରେ ମୁଁ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ବ୍ୟଗ୍ର“ ବୋଲି ସାଜିଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri