ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି ା ଏଥିରେ ସରକାର ଚାଷୀମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରାଯାଇଛି। ସେହିପରି କେନ୍ଦ୍ର ସରକାର କନ୍ଧମାଳରେ ଆହୁରି ୪ଟି ସିଆର୍‌ପିଏଫ୍‌ କ୍ୟାମ୍ପ ସ୍ଥାପନ କରୁଥିବାରୁ ତାହାକୁ ମଧ୍ୟ ବିରୋଧ କରାଯାଇଛି ା ଏଥିସହ ଗଣମାଧ୍ୟମକୁ ବି ଉକ୍ତ ପୋଷ୍ଟରରେ ସମାଲୋଚନା କରାଯାଇଛି ା ଏବେ ଯେଉଁସବୁ ଯୋଜନା ପ୍ରଣୟନ ହେଉଛି ଅବା ଉନ୍ନତି ହେଉଛି ତାହା କେବଳ ମାଓବାଦୀଙ୍କ ଆନ୍ଦୋଳନ ପାଇଁ ା ଗଣମାଧ୍ୟମ ଏହା ଉପସ୍ଥାପନ ନ କରି କେବଳ ସରକାରଙ୍କ ସ୍ବରରେ ସ୍ବର ମିଳାଉଛି ବୋଲି ଉକ୍ତ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ମାଓବାଦୀଙ୍କ ବାହାନା ଦେଖାଇ ନିଜ ଦାୟିତ୍ୱ ତୁଲାଉ ନ ଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ସିଆର୍‌ପିଏଫ କ୍ୟାମ୍ପ ସ୍ଥାପନ ବଦଳରେ ଜିଲାରେ ଖାଲିଥିବା ଅଧ୍ୟାପକ ଓ ଶିକ୍ଷକ ପଦବୀ ପୂରଣ କରିବା, ଅପହଞ୍ଚ ଇଲାକାରେ କୋମ୍ବିଂ ଅପରେଶନ ବନ୍ଦ କରି ମେଡିକାଲ କ୍ୟାମ୍ପ କରିବାକୁ ପୋଷ୍ଟରରେ ମାଓବାଦୀଙ୍କ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri