ସାତ୍‌ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍‌ ଚିନ୍‌ତାରେ ଲଛମି

ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩ ଛୁଆକୁ ଧରି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌। ଅନେକ ସମିଆରେ ସେ ଥାନୀଅ ପରଶାସନକେ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ଆମ୍ବଗୁଡ଼ା ଗଁାର ନିସାହା ବିଧବା ମହିଲା ଲଛମି ମାଝି(୩୧)କଁର ପରିବାର କହେଲେ ଦୁଇ ଝି’ ରିନା (୬), ପଦ୍ମା (୪) ଆର ପୁଓ ପ୍ରକାଶ(୩)କୁଁ ନେଇ ସଁସାର। ଆପ୍‌ନେ ସାଏବ ମାଝି ୨ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ପରିବାରଟା ନିହାତି ଗରିବ୍‌, ସଁପତି ବଲି କିଛି ନାଇଁ। ଆପ୍‌ନେ କୁଲିମଜୁରି କରି କୁଟୁମ ପୁଷୁଥିଲେ। ସେ ଚାଲିଗଲା ଉତାରୁ ପରିବାରଟା ପୂରାପୂରି ବେସାହାରା ହେଇଯାଇଛନ୍‌। ଏନ୍‌ତାଥି ଲଛମି ପରହର ଘରେ କାମ୍‌ବୁତା କରି ଛୁଆକର ଲାଗି ଆହାର ଜୁଟଉଛନ୍‌। ସେଥ୍‌ରେ ବି ଅନେକ ଦିନ୍‌ ବେଲେ ଖାଏଲେ ବେଲେ ଉପାସ ରହିବାକେ ପଡ଼ୁଛେ। ଲଛ୍‌ମି ହରମେଶା ଛୁଆକର ଭବିଷତ ଚିନ୍‌ତାରେ ଘାରି ହେଉଛନ୍‌। ହେଲେ ଦୁଇବେଲା ଦୁଇମୁଠା ଖାଏବାରଟା ଜୁଟାବାରେ ଲଛମି ଯୁଝୁଛନ୍‌। ଏନ୍‌ତାଥି ସେ ଛୁଆପୁତାକୁ ଦୁଇଅଖର ପଢ଼େଇ ମୁନୁଷ୍‌ କରବାର କଥା ଭାବି ନାଇଁପାରବାର। ଇଆଡ଼େ ଆପ୍‌ନେ ଚାଲିଯିବାର ୨ ବଛର ବିତିଯାଇଥିଲେ ବି ଲଛମି ବିଧବା ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ସେନ୍‌ତା ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ବିପଦ୍‌ ଅବସ୍‌ତାରେ ଥିବାର ଗୁଟେ ଦଦ୍‌ରା କୁରିଆରେ ଲଛମି ୩ ଛୁଆକୁ ଧରି ମୁଡ଼ ଗୁଁଜିଛନ୍‌। ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଲଛମି ବାରବାର ପଁଚେତ୍‌ କତୁରପକ୍ଷକୁଁ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ନିହାତି ଗରିବ୍‌ ଦୁଖି ବିଧବା ମହିଳାକଁର ଉପରେ ଜିଲା ଆର ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲ୍‌ଦି ହେବା ସବୁପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ ଆମ୍ବଗୁଡ଼ା ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri