ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ ଠିକା କର୍ମଚାରୀମାନେ ସିଡିଏମ୍‌ଓ ଅଫିସ ଗେଟ୍‌ରେ ତାଲା ପକାଇ ବିରୋଧ କରିଥିଲେ। ପ୍ରାୟ ଅଧାଘଣ୍ଟା ଧରି ଧାରଣା ଜାରି ରହିବା ପରେ ଖବର ପାଇ ପୋଲିସ ଫୋର୍ସ ପହଞ୍ଚିବା ସହ ସିଡିଏମ୍‌ଓ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା।

ଡିଏଚ୍‌ଏଚ୍‌ରେ ଜେଡ୍‌ଏସ୍‌ଏସ୍‌ ଏବଂ ଆଉଟ୍‌ ସୋର୍ସିଂରେ ଶହେ ଜଣ ଠିକା କର୍ମଚାରୀ କାମ କରୁଛନ୍ତି। ଗତ ୭ ମାସ ହେଲା ସେମାନଙ୍କୁ ଦରମା ମିଳିନାହିଁ। ପୂର୍ବରୁ ସିଡିଏମ୍‌ଓ ଏବଂ ଖୋଦ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ବୁଧବାର ନିର୍ଦ୍ଦେଶିକା ମେଡିକାଲ ଗସ୍ତରେ ଆସିଥିଲେ। ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ଚାଲିଥିଲା। କୌଣସି ସୁତ୍ରରୁ ଖବର ପାଇ କର୍ମଚାରୀମାନେ ପହଞ୍ଚି ତାଲା ପକାଇ ବିରୋଧ କରିଥିଲେ।

ଏନେଇ ପଚରାଯିବାରେ ସିଡିଏମ୍‌ଓ ନୀଳକଣ୍ଠ ମିଶ୍ର କୁହନ୍ତି, ଠିକା କର୍ମଚାରୀଙ୍କ ସମସ୍ୟା ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ, ରୋଗୀ କଲ୍ୟାଣ ସମିତି ବୈଠକରେ ଆଲୋଚନା କରାଯାଇଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri