Posted inଜାତୀୟ

ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍‌ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୋଲସୋନାରୋ ଜାନୁୟାରୀ ୨୪ରୁ ୨୭ ପର୍ଯ୍ୟନ୍ତ ଭାରତରେ ରହିବେ। ୨୪ ଜାନୁୟାରୀରେ ଦିଲ୍ଲୀରେ ସେ ପହଞ୍ଚିବେ। ୭୧ତମ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେବା ପାଇଁ ତାଙ୍କ ସହିତ ୭ ଜଣିଆ କ୍ୟାବିନେଟ୍‌ ମନ୍ତ୍ରୀ ଦଳ ଏବଂ ୧୨ରୁ ଅଧିକ ଉଚ୍ଚ ଅଧିକାରୀ ମଧ୍ୟ ଭାରତ ଗସ୍ତରେ ଆସୁଛନ୍ତି। ଜାନୁୟାରୀ ୨୫ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ବୋଲସୋନାରୋଙ୍କ ସମ୍ମାନରେ ଏକ ସଭାର ଆୟୋଜନ କରାଯିବ। ତାଙ୍କର ଗସ୍ତକାଳରେ ବୋଲସୋନାରୋ ଉପରାଷ୍ଟ୍ରପତି ଭେଙ୍କିିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହିତ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ୧୯୯୬ ଏବଂ ୨୦୦୪ରେ ତତ୍‌କାଳୀନ ବ୍ରାଜିଲ୍‌ ରାଷ୍ଟ୍ରପତି ଭାରତର ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri