ସାଧୁତା, ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ

କଟକ ଅଫିସ,୭।୧୦: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ ଖବରକାଗଜ ସମାଜର ଶତବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ କଟକ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ରବିବାର ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ଯୋଗଦେଇ କହିଥିଲେ, ଆଜି ମୁଁ ସମାଜର ଶତବାର୍ଷିକ ଉତ୍ସବ ଏବଂ ଗୋପବନ୍ଧୁଙ୍କ ଜୀବନୀ ଉପରେ ରଚିତ ପୁସ୍ତକ ଉନ୍ମୋଚନ କରିଥିବାରୁ ବହୁତ ଆନନ୍ଦିତ। ଉତ୍କଳମଣି ଗୋପବନ୍ଧୁ ଦାସ ଜଣେ ଭଲ ସାମାଜିକ କର୍ମୀ, ସ୍ବାଧୀନତା ସଂଗ୍ରାମୀ, ଲେଖକ ଥିଲେ। ସମ୍ବିଧାନର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ। ସେଥିପାଇଁ ସାଧୁତା ଓ ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ୍‌। ଭଲ ସରକାର ଗଠନ କରିବା ଦିଗରେ ଗଣମାଧ୍ୟମର ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଛି। ନିଜେ ସ୍ବଚ୍ଛ ରହିଲେ ପରିବେଶ ସ୍ବଚ୍ଛ ରହିବ। ପରିବେଶ ସ୍ବଚ୍ଛ ରହିଲେ ଲୋକେ ଭଲରେ ରହିବେ। ସମାଜରେ ଅବହେଳିତ ଲୋକଙ୍କୁ ମୁଖ୍ୟ ସ୍ରୋତରେ ଆଣିବା ହିଁ ଗଣମାଧ୍ୟମର ପ୍ରଥମ ଲକ୍ଷ୍ୟ ହେବା ଉଚିତ। ଗଣମାଧ୍ୟମ ସର୍ବଦା ଟିଆର୍‌ପି ପଛରେ ନ ଗୋଡ଼ାଇ ଠିକ୍‌ ଖବରକୁ ପ୍ରସାରଣ କରିବା ଉଚିତ। ଆଜିକାଲି ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରକାଶ ପାଉଥିବା ମିଥ୍ୟା ଖବର ଠାରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବ୍ୟକ୍ତି ପ୍ରଥମେ ନିଜ ମାତୃଭାଷା ଓ ପରେ ଇଂଲିଶ, ହିନ୍ଦୀ, କନ୍ନଡ, ବଙ୍ଗଳା ଭଳି ଭାଷା କହିବା କଥା। ଏଥିରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସମେତ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଭାପତି ଦୀପକ ମାଲବ୍ୟ, ଲୋକସେବକ ମଣ୍ଡଳର କୋଷାଧ୍ୟକ୍ଷ ଭୀମସେନ ଯାଦବ, ଟ୍ରଷ୍ଟି ଡ. ଏସ.ଏନ୍‌. ସୁବାରାଓ, ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ, ଡାକସେବା ବୋର୍ଡର ସଚିବ ଅନନ୍ତ ନାରାୟଣ ନନ୍ଦ, ସମାଜର ସମ୍ପାଦକ ବାମାପଦ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ସମାଜ ପକ୍ଷରୁ ଡାକ ଟିକଟ ସହ ୧୦୦ ପୃଷ୍ଠା ବିଶିଷ୍ଟ ସମାଜ ଖବରକାଗଜ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri