ସାଧୁତା, ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ

କଟକ ଅଫିସ,୭।୧୦: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ଦୈନିକ ଖବରକାଗଜ ସମାଜର ଶତବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ କଟକ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ରବିବାର ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ଯୋଗଦେଇ କହିଥିଲେ, ଆଜି ମୁଁ ସମାଜର ଶତବାର୍ଷିକ ଉତ୍ସବ ଏବଂ ଗୋପବନ୍ଧୁଙ୍କ ଜୀବନୀ ଉପରେ ରଚିତ ପୁସ୍ତକ ଉନ୍ମୋଚନ କରିଥିବାରୁ ବହୁତ ଆନନ୍ଦିତ। ଉତ୍କଳମଣି ଗୋପବନ୍ଧୁ ଦାସ ଜଣେ ଭଲ ସାମାଜିକ କର୍ମୀ, ସ୍ବାଧୀନତା ସଂଗ୍ରାମୀ, ଲେଖକ ଥିଲେ। ସମ୍ବିଧାନର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ। ସେଥିପାଇଁ ସାଧୁତା ଓ ସତ୍ୟତାକୁ ନେଇ ଖବର ପରିବେଷଣ ହେବା ଉଚିତ୍‌। ଭଲ ସରକାର ଗଠନ କରିବା ଦିଗରେ ଗଣମାଧ୍ୟମର ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଛି। ନିଜେ ସ୍ବଚ୍ଛ ରହିଲେ ପରିବେଶ ସ୍ବଚ୍ଛ ରହିବ। ପରିବେଶ ସ୍ବଚ୍ଛ ରହିଲେ ଲୋକେ ଭଲରେ ରହିବେ। ସମାଜରେ ଅବହେଳିତ ଲୋକଙ୍କୁ ମୁଖ୍ୟ ସ୍ରୋତରେ ଆଣିବା ହିଁ ଗଣମାଧ୍ୟମର ପ୍ରଥମ ଲକ୍ଷ୍ୟ ହେବା ଉଚିତ। ଗଣମାଧ୍ୟମ ସର୍ବଦା ଟିଆର୍‌ପି ପଛରେ ନ ଗୋଡ଼ାଇ ଠିକ୍‌ ଖବରକୁ ପ୍ରସାରଣ କରିବା ଉଚିତ। ଆଜିକାଲି ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରକାଶ ପାଉଥିବା ମିଥ୍ୟା ଖବର ଠାରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବ୍ୟକ୍ତି ପ୍ରଥମେ ନିଜ ମାତୃଭାଷା ଓ ପରେ ଇଂଲିଶ, ହିନ୍ଦୀ, କନ୍ନଡ, ବଙ୍ଗଳା ଭଳି ଭାଷା କହିବା କଥା। ଏଥିରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସମେତ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଭାପତି ଦୀପକ ମାଲବ୍ୟ, ଲୋକସେବକ ମଣ୍ଡଳର କୋଷାଧ୍ୟକ୍ଷ ଭୀମସେନ ଯାଦବ, ଟ୍ରଷ୍ଟି ଡ. ଏସ.ଏନ୍‌. ସୁବାରାଓ, ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ, ଡାକସେବା ବୋର୍ଡର ସଚିବ ଅନନ୍ତ ନାରାୟଣ ନନ୍ଦ, ସମାଜର ସମ୍ପାଦକ ବାମାପଦ ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ସମାଜ ପକ୍ଷରୁ ଡାକ ଟିକଟ ସହ ୧୦୦ ପୃଷ୍ଠା ବିଶିଷ୍ଟ ସମାଜ ଖବରକାଗଜ ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri