Posted inଜାତୀୟ

ସାଧ୍ୱୀ ପ୍ରଜ୍ଞା ଠାକୁର ଭୋପାଳରୁ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୮ା୪(ପି.ଟି.): ୨୦୦୮ ମାଲେଗାଓଁ ବିସ୍ଫୋରଣ ମାମଲାରେ ବିଚାରର ସମ୍ମୁଖୀନ ହୋଇଥିବା ସାଧ୍ୱୀ ପ୍ରଜ୍ଞା ସିଂ ଠାକୁରଙ୍କୁ ଭାଜପା ମଧ୍ୟପ୍ରଦେଶର ଭୋପାଳ ଆସନରୁ ପ୍ରାର୍ଥୀ କରିଛି। ଏହି ଆସନରେ ତାଙ୍କର ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା ହେବ। ଜାମିନରେ ଆସିଥିବା ପ୍ରଜ୍ଞା ସିଂ ବୁଧବାର ଭାଜପାରେ ଯୋଗଦେବାର କିଛି ସମୟ ପରେ ଦଳ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୋପାଳ ଆସନରୁ ପ୍ରାର୍ଥୀ କରିଛି। ଏନ୍‌ଆଇଏ କୋର୍ଟ ତାଙ୍କ ବିରୋଧରେ ମକୋକା ଅଭିଯୋଗକୁ ବାଦ୍‌ ଦେଇଥିଲେ ହେଁ ମାଲେଗାଓଁ ମାମଲାର ଅନ୍ୟ ଅଭିଯୋଗରେ ତାଙ୍କ ବିରୋଧରେ ମକଦ୍ଦମା ଚାଲିଛି। ସେହିପରି ଗୁନା ଆସନରୁ କେ.ପି. ଯାଦବ ଭାଜପା ପ୍ରାର୍ଥୀ ହେବାକୁ ଯାଉଛନ୍ତି। ଏହି ଆସନରେ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଲଢ଼ୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସଗର ଏବଂ ବିଦିଶା ଆସନରୁ ଭାଜପା ରାଜ୍‌ ବାହାଦୁର ସିଂ ଏବଂ ରମାକାନ୍ତ ଭାର୍ଗବଙ୍କୁ ପ୍ରାର୍ଥୀ କରିଛି। ୨୦୧୪ରେ ସୁଷମା ସ୍ବରାଜ ବିଦିଶା ଆସନରୁ ଜିତିଥିଲେ। ଏଥର ସେ ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢ଼ିବେନି ବୋଲି ପୂର୍ବରୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?