ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପିପିଳିଆ ଥାନା ପିପିଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ବଡ଼ଭାଇ ଶୁକୁରା ମୁଣ୍ତା(୨୫)ଙ୍କ ସ୍ତ୍ରୀ ସହିତ ସାନଭାଇ ବାବୁଲା ମୁଣ୍ତା(୧୮)କୌଣସି କାରଣରୁ ଝଗଡ଼ା କରୁଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାବୁଲା ଘରେ ରଖିଥିବା ଧନୁତୀର ଆଣି ଭାଉଜଙ୍କ ଉପରକୁ ଚଳାଇବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ବଡ଼ଭାଇ ଶୁକୁରା ତାଙ୍କ ଆଗରେ ଠିଆ ହୋଇଗଲେ। ତେଣୁ ତୀରଟି ବଡ଼ଭାଇ ଶୁକୁରାଙ୍କ କାଖ ସନ୍ଧିରେ ପଶି ଯାଇଥିଲା। ଫଳରେ ସେ ତଳେ ପଡ଼ିଯାଇଥିଲେ। ପରିବାର ଲୋକେ ଆମ୍ବୁଲାନ୍ସ ଯୋଗେ ଆଣି ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ...

ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା କିଶୋରନଗର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ଗଁାର ଜଣେ ଲୋକ ପ୍ରତିନିଧି ମଧ୍ୟପ୍ରଦେଶ ଚାଲାଣ କରିଥିବା ଅଭିଯୋଗ ହୋଇଛି।...

ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୯ା୧୦ ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଅଚାନକ ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ...

ପାଣି ପାଇଁ ରାସ୍ତାରେ ମହିଳା

ହିନ୍ଦୋଳ, ୪।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ୧୦ନଂ. ଓ୍ବାର୍ଡରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର ଅଞ୍ଚଳର ବହୁସଂଖ୍ୟାରେ ମହିଳା...

ଯୋଡ଼ାରେ ୧୮ ହାତୀଙ୍କ ଉପଦ୍ରବ: ଭାଙ୍ଗିଲେ ୩ ଘର

ଯୋଡ଼ା, ୧୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ବନପାଳ ଅନ୍ତର୍ଗତ ଜଜାଙ୍ଗଠାରେ ୧୮ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ୩ ଟି ଘର ଭାଙ୍ଗି...

ଇଟାଭାଟି ନିଆଁ, ଧୂଆଁରେ ଜୀବନ ଅସ୍ତବ୍ୟସ୍ତ

ଡେରାବିଶ, ୧।୫(ସ୍ବ.ପ୍ର.): ଗତ ଏକ ସପ୍ତାହ ହେବ ଡେରାବିଶ ବ୍ଲକ ଅଞ୍ଚଳରେ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ଅନୁଭୂତ ହେଉଛି।  ଜନଜୀବନ ଉପରେ ଏହାର ପ୍ରଭାବ...

ଟିଟିଲାଗଡ଼ ମହାଶିବରାତ୍ରୀ ମେଳା ବାତିଲ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ.) କରୋନା ମହାମାରି ନେଇ ଚଳିତ ବର୍ଷ ବଲାଙ୍ଗୀର ଜିଲା ଟିଟିଲାଗଡ ଧବଳେଶ୍ୱର ବାବାଙ୍କ ମହାଶିବ ରାତ୍ରୀ ମେଳା ବାତିଲ ହୋଇଛି। ସୋମବାର...

ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ

ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ।...

Advertisement
Archives

Model This Week