ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ପୋଲସରାର ସୂର୍ଯ୍ୟ ପାତ୍ର (ଆନ୍ନା)। ବ୍ରାହ୍ମଣ ସାହିସ୍ଥିତ ମୁଖ୍ୟ ସଡ଼କ ପାର୍ଶ୍ୱରେ ସୂର୍ଯ୍ୟ ଛିଡ଼ା ହୋଇଥିବାବେଳେ ସାନଭାଇ ଆସି ଅତର୍କିତ ଛୁରିରେ ପେଟ, ମୁଣ୍ଡ, ବେକ, ପିଠି ଆଦିକୁ ଆକ୍ରମଣ କରିଥିଲେ। ପରିବାର ଓ ସ୍ଥାନୀୟ ଲୋକେ ସୂର୍ଯ୍ୟଙ୍କୁ ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରିବାର ପକ୍ଷରୁ ଏନେଇ ପୋଲସରା ଥାନାକୁ ଖବର ଦିଆଯାଇଥିଲା। ଥାନାଧିକାରୀ ଜିତେନ୍ଦ୍ର କୁମାର ମଲିକ, ଏଏସଆଇ ବାବୁଲାଲ ରାଉଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ସାନଭାଇ ଫେରାର ହେବା ଲାଗି ଉଦ୍ୟମ କରୁଥିବାବେଳେ ପୋଲିସ କାବୁ କରି ଥାନାରେ ଅଟକ ରଖିଛି। ଖବର ଲେଖା ହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

