Posted inଜାତୀୟ

ସାନିଟାଇଜର୍‌ ଫ୍ୟାକ୍ଟ୍ରିରେ ବିସ୍ଫୋରଣ

ମୁମ୍ବାଇ,୧୩।୪: ମହାରାଷ୍ଟ୍ର ପାଲଘରର ତାରାପୁର ସ୍ଥିତ ଏକ କେମିକାଲ ଫାକ୍ଟ୍ରିରେ ସୋମବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଦୀର୍ଘ ୫ କିଲୋମିଟର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଭିଥିଲା। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ ସମୟରେ ସାନିଟାଇଜର୍‌ ଓ ହ୍ୟାଣ୍ଡଓ୍ବାଶ୍‌ ତିଆରି କରୁଥିବା ଏହି ଫାକ୍ଟ୍ରିକୁ କାର୍ଯ୍ୟ ଜାରି ରଖିବାକୁ ପ୍ରଶାସନ ପକ୍ଷରୁ ଅନୁମତି ମିଳିଥିଲା। ତେବେ ସୋମବାର ଉକ୍ତ କମ୍ପାନୀରେ ୬୬ଜଣ କର୍ମଚାରୀ କାମ କରୁଥିବା ବେଳେ ସକାଳ ସାଢ଼େ ୧୧ଟାରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଧିରେ ଧିରେ ଏହି ନିଆଁ ଚାରିଆଡ଼କୁ ବ୍ୟାପିଯାଇଥିଲା। ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତିକିବେଳକୁ ଏହି ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅପରପକ୍ଷେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିସ୍ଫୋରଣର କାରଣ ଏଯାଏ ସ୍ପଷ୍ଟ ହୋଇ ନ ଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ପୋଲିିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri