ସାନିଟାଇଜର୍‌ ସ୍ପ୍ରେ ଯୋଗୁ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା !

ନୈନିତାଲ,୮।୪: କରୋନା ସଂକ୍ରମଣକୁ ରୋକିବା ପାଇଁ କେତେକ ସଚେତନତା ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ଭୂତାଣୁକୁ ନଷ୍ଟ କରିବା ଲାଗି ରାସ୍ତାଘାଟରେ ସାନିଟାଇଜର୍‌ ସ୍ପ୍ରେ କରାଯାଉଛି। ତେବେ ଏହାଦ୍ୱାରା ଆଗାମୀ ଦିନରେ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା ଦେଖାଦେଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ସାନିଟାଇଜର୍‌ ସ୍ପ୍ରେ କରିବା ଯୋଗୁ ବହୁ କୀଟ,ପତଙ୍ଗ, ପ୍ରଜାପତି ଏବଂ ମହୁମାଛି ପ୍ରଜାତି ଉପରେ ଖରାପ ପ୍ରଭାବ ପଡ଼ିବାର ଆଶଙ୍କା ସୃଷ୍ଟି ହୋଇଛି। ହୁଏତ ଏଭଳି ପ୍ରଜାତି ସମ୍ପୂର୍ଣ୍ଣ ଲୋପ ପାଇଯିବେ ବୋଲି ପରିବେଶ୍‌ବିତ୍‌ ମତପୋଷଣ କରିଛନ୍ତି। ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସାନିଟାଇଜର୍‌ ସ୍ପ୍ରେ କରାଯାଉଛି। ଏହାଯୋଗୁ ଆଗାମୀ ଦିନରେ ବହୁ ଅସୁବିଧା ଦେଖାଦେବ ବୋଲି ଉତ୍ତରାଖଣ୍ଡରେ ଆରମ୍ଭ ହୋଇଥିବା ମୈତି ଆନ୍ଦୋଳନର ସଂସ୍ଥାପକ ପଦ୍ମଶ୍ରୀ କଲ୍ୟାଣ ସିଂ ରାଓ୍ବତ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ କରୋନା ସଂକ୍ରମଣ ଆତଙ୍କ ଯୋଗୁ ଏଭଳି କରାଯାଉଛି। ଏହାଦ୍ୱାରା କରୋନା ସଂକ୍ରମଣ ତ ଥମି ଯିବ ମାତ୍ର ପରବର୍ତ୍ତୀ ସମୟରେ ପରିବେଶ ସନ୍ତୁଳନ ହରାଇ ବସିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri